୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ଯୋଗୁ ବାରମ୍ବାର ବିଭାଗୀୟ ମନ୍ତ୍ରୀ, ବିଧାନସଭାର ବିଭିନ୍ନ କମିଟି, ପ୍ରଶାସନିକ ଅଧିକାରୀ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି କାର୍ଯ୍ୟ ତ୍ୱରାନିତ କରିବା ପାଇଁ ନିର୍ଦ୍ଧେଶ ଦେଉଛନ୍ତି। କିନ୍ତୁ ପ୍ରକଳ୍ପ ଅଗ୍ରଗତି ହୋଇ ପାରୁନାହିଁ। ଯାହାକି ଚିନ୍ତାଜନକ ବିଷୟ। ଅନ୍ୟପଟେ ଲୋକ ପ୍ରତିନିଧିଙ୍କ ନିର୍ଦ୍ଧେଶକୁ କମ୍ପାନୀ ପାଳନ କରିପାରୁନାହିଁ। ଗତ ମେ ମାସ ୩୦ ତାରିଖରେ ବିଧାନସଭା ଷ୍ଟାଣ୍ଡିଂ କମିଟି ଉକ୍ତ ପ୍ରକଳ୍ପ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ଚାଲିଥିବା ନେଇ କମିଟି ତିବ୍ର ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏଥିସହ କାମ ତ୍ରାନିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଧେଶ ଦେଇଥିଲେ। ସେ ସମୟରେ କାମ ୩୪ ପ୍ରତିଶତ ସରିଥିବା ସମୀକ୍ଷା ବୈଠକରେ ଅଧିକାରୀ ମାନେ ସୂଚନା ଦେଇଥିଲେ । କମିଟି ଇତିମଧ୍ୟରେ ବୁଲିଯିବାର ୬ ମାସ ବିତିଗଲାଣି କିନ୍ତୁ ଏହି ସମୟ ମଧ୍ୟରେ ମାତ୍ର ଆଉ ଦୁଇ ପ୍ରତିଶତ କାମ ଅଧିକ ଅଗ୍ରଗତି ହୋଇଛି। ବର୍ତ୍ତମାନ ସୁଧା ୩୬ ପ୍ରତିଶତ କାମ ସରିଛି ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଦି କାମ ଏତେ ଧିମାରେ ଚାଲିବ ତେବେ କେବେ କାମ ସରିବାକୁ ୧୦ ବର୍ଷ ଲାଗିଯିବ। ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେବାରୁ ଗତ ଜୁନ ମାସରେ ଚୁକ୍ତି ସମୟ ସରିଯାଇଥିଲା ।
ଇତିମଧ୍ୟରେ ୨୦୨୬ ଶେଷ ସୁଧା କାମ ସାରିବାକୁ କମ୍ପାନୀକୁ ସମୟ ଦିଆଯାଇଛି। କାମ ବିଳମୱ ହେବାର ମୁଖ୍ୟ କାରଣ ହେଲା ଜମି ଅଧିଗ୍ରହଣ ବିଳମ୍ବ, ଜଙ୍ଗଲ ବିଭାଗର ଅନୁମତି ମିଳିବାରେ ବିଳମ୍ବ। ଏଥିସହ ବର୍ତ୍ତମାନ ସୁଧା ଉକ୍ତ ପ୍ରକଳ୍ପ ପାଇଁ କେଉଁଠାରୁ ପାଣି ଅଣାଯିବ ତାହା ଚୁଡାନ୍ତ ଅନୁମତି ମିଳିନାହିଁ। ବନ ବିଭାଗ, ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ, ରାଜସ୍ବ, ବିଦ୍ୟୁତ୍‌ ସମେତ ଆଉ କିଛି ବିଭାଗ ମଧ୍ୟରେ ସମନୟ ଅଭାବ ଯୋଗୁ ମଧ୍ୟ ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଛି। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବୀ ହୋଇଛି। କିଛିଦିନ ପୂର୍ବେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ପ୍ରକଳ୍ପ ଉପରେ ସମୀକ୍ଷା କରିଥିଲେ। ଗଞ୍ଜାମ ଜିଲାପାଳ ମଧ୍ୟ ଗତ ୧୦ ତାରିଖରେ ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ଗତ ବିଧାନସଭା ଅଧିବେଶନରେ ମଧ୍ୟ ରାଜ୍ୟରେ ଚାଲିଥିବା ମେଗା ପାନୀୟ ଜଳ ପ୍ରକଳ୍ପ ଉପରେ ଆଲୋଚନା ହୋଇଥିଲା। ବାରମ୍ବାର ଏନେଇ ଆଲୋଚନା ହେଉଛି। କିନ୍ତୁ ଅଗ୍ରଗତି ଆଶାନୁରୂପକ ହୋଇପାରୁନାହିଁ।

ସୂଚନାଯୋଗ୍ୟ ଯେ, ଉକ୍ତ ପ୍ରକଳ୍ପ ପାଇଁ ୧୫୦୯ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଇତିମଧ୍ୟରେ ୩୪ ପ୍ରତିଶତ ଅର୍ଥ ଠିକାଦାର ଉଠାଇ ସାରିଲେଣି। ମାତ୍ର ୩୬ ପ୍ରତିଶତ କାମ ହୋଇଛି। ପ୍ରକଳ୍ପ କାର୍ଯ୍ୟ ମନ୍ଥର ଗତିରେ ଚାଲିଥିବା ଯୋଗୁ ସାଧାରଣରେ ମଧ୍ୟ ଦିନକୁ ଦିନ ଅସନ୍ତୋଷ ବଢୁଛି। ୨ ବର୍ଷ ରୁ ଉର୍ଦ୍ଧ ଦିନ ହେବ ପ୍ରକଳ୍ପ କାର୍ଯ୍ୟ ହେଉଥିବା ବେଳେ ସମ୍ପୃୃକ୍ତ ଅଞ୍ଚଳବାସୀଙ୍କ ଶିକ୍ଷା, ସାସ୍ଥ୍ୟ, ଗମନାଗମନ ବିକାଶ ପ୍ରତି କମ୍ପାନୀ ଯେତିକି ଗୁରୁତ୍ ଦେବା କଥା ଦେଉନାହିଁ।

ଏନେଇ ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣଯନ୍ତ୍ରୀ ମୁନା କୁଲାଣ୍ଡିଆଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଜମି ଅଧିଗ୍ରହଣ ସମେତ ଅନ୍ୟାନ୍ୟ କାରଣ ଯୋଗୁ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତିରେ ବିଳମ୍ବ ହେଉଛି। ବର୍ତ୍ତମାନ ୩୬ ପ୍ରତିଶତ କାମ ଚାଲିଛି। ତଥାପି ୨୦୨୬ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସାରିବା ପାଇଁ ଲକ୍ଷ୍ୟ ରଖାଯାଇଛି।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲାର ୧୨ଟି ବ୍ଲକ ବ୍ଲକର ୨୨୮ଟି ପଞ୍ଚାୟତରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି। ଯୋଜନାର ସୁଫଳ ୭୭୦ ଗ୍ରାମର ୧ଲକ୍ଷ ୬୬ ହଜାର ୯୩୭ ପରିବାରକୁ ଦେବାକୁ ଲକ୍ଷ୍ୟ ରହିଛି। ୧୯୮୯ କିମି ପାଇପ ଲାଇନ ବିଛାଯିବ । ତେଣୁ ଦଶପଲ୍ଲା ନିକଟସ୍ଥ ମହାନଦୀରୁ ପାଣି ବଡ଼ ବଡ଼ ପାଇପ୍ରେ ଆଣି ଗାୟଗଣ୍ଡାଠାରେ ମହଜୁଦ ରଖି ସେଠାରୁ ଜିଲାର ବିଭିନ୍ନ ଅଞ୍ଚଳକୁ ଛଡ଼ାଯିବା ଯୋଜନା ଅଛି। ସମନ୍ବୟ ଅଭାବରୁ ପ୍ରକଳ୍ପର ଭବିଷ୍ୟତ ଅନିଶ୍ଚିତତା ଘେରରେ ଥିବା ଅନୁମାନ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?