କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା ସଦସ୍ୟ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ପ୍ରଶ୍ନର ଉତ୍ତର ରଖିବାକୁ ଡାକିଥିଲେ। ଏହି ସମୟରେ ମନ୍ତ୍ରୀ ଉତ୍ତର ରଖୁଥିବାବେଳେ ବିଜେଡି ଓ କଂଗ୍ରେସ ହାତରେ ବ୍ୟାନର, ପୋଷ୍ଟର ଧରି ଗୃହର ମଧ୍ୟଭାଗକୁ ପ୍ରବେଶ କରିଥିଲେ। ବିଜେଡି ସଦସ୍ୟମାନେ ବିଧାନସଭା ସଚିବଙ୍କ ଟେବୁଲ ଉପରେ ଧାନ ଥୋଇ ତୀବ୍ର ପ୍ରତିବାଦ ଜଣାଇଥିଲେ। ମା’ କାନ୍ଦୁଛି, ଚାଷୀ କାନ୍ଦୁଛି, ମୋହନ ସରକାର ଛି ଛି ଏବଂ ଡବଲ ଇଞ୍ଜିନ ସରକାରରେ ଡବଲ କଟ୍‌ନି ଛଟ୍‌ନି ଭଳି ବିଭିନ୍ନ ବ୍ୟାନର ଧରିବା ସହ ନାରାବାଜି କରିଥିଲେ। କଂଗ୍ରେସ ସଭ୍ୟମାନେ ମଧ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଶୂନ୍ୟକାଳରେ ଭାଜପା ସଦସ୍ୟ ମନୋରଞ୍ଜନ ଦ୍ୟାନସାମନ୍ତରାୟ ଏବଂ ଆଶ୍ରିତ ପଟ୍ଟନାୟକଙ୍କୁ ବାଚସ୍ପତି ଡାକିଥିଲେ, ସଦସ୍ୟମାନେ ସ୍ଥାନୀୟ ଅଞ୍ଚଳର ରାସ୍ତା ଓ ବିଦ୍ୟୁତ୍‌ ସମସ୍ୟା ପ୍ରସଙ୍ଗରେ କହିଥିଲେ ହେଁଁ ହଟ୍ଟଗୋଳ ମଧ୍ୟରେ ତାହା ବୁଝାପଡୁ ନ ଥିଲା। ଫଳରେ ପ୍ରଥମାର୍ଦ୍ଧରେ ଦୁଇଟି ପର୍ଯ୍ୟାୟରେ ମାତ୍ର ୫ ମିନିଟ୍‌ ଗୃହ ଚାଲିବା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବୀ ଘୋଷଣା କରିଥିଲେ। ସେହିପରି ଅପରାହ୍ନରେ ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ପୁନର୍ବାର ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ସମାନ ଢଙ୍ଗରେ ପ୍ରତିବାଦ ଜାରି ରଖିଥିଲେ। ନିଜ ନିଜ ଆସନକୁ ଫେରିଯିବାକୁ ବାଚସ୍ପତି ବାରମ୍ବାର ଅନୁରୋଧ କରିଥିଲେ ହେଁ ସଦସ୍ୟମାନେ ଶୁଣି ନ ଥିଲେ। ଗୃହରେ ଏଭଳି ଅସ୍ବାଭାବିକ ସ୍ଥିତିକୁ ନେଇ ବାଚସ୍ପତି ଅପରାହ୍ନ ୪ଟା ୦୨ ମିନିଟ୍‌ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍‌ ଯାଏ ମୁଲତବୀ ଘୋଷଣା କରିଥିଲେ।
ଗୃହ ବାହାରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି, ରାଜ୍ୟ ସରକାରଙ୍କ କଥା ଅଧିକ କାମ କମ୍‌। ରାଜ୍ୟରେ ଚାଷୀମାନେ ଦୁର୍ଦ୍ଦିନ ଭିତରେ ଗତି କରୁଛନ୍ତି। ସରକାର କହିଲେ, ଚାଷୀଙ୍କ ସବୁ ଧାନ କିଣାଯିବ। ହେଲେ ଖାଦ୍ୟଯୋଗାଣ ମନ୍ତ୍ରୀ ଜଣେ ଚାଷୀଙ୍କଠାରୁ ଅତିବେଶିରେ ୧୫୦ କୁଇଣ୍ଟାଲ ଧାନ କିଣିବା ନେଇ ଫତୁଆ ଜାରିକଲେ। ଏହି ପ୍ରସଙ୍ଗରେ ରାଜ୍ୟପାଳଙ୍କ ଅଭିଭାଷଣରେ କିଛି ରହିଲା ନାହିଁ। ସରକାର ଓ ମନ୍ତ୍ରୀଙ୍କ କଥାରେ ତାଳମେଳ ନାହିଁ। କହୁଛନ୍ତି ଗୋଟାଏ କରୁଛନ୍ତି ଆଉ ଗୋଟାଏ। କୃଷିମନ୍ତ୍ରୀ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି କାଡାମ ଦାବି କରିଛନ୍ତି।

ବିଜେଡି ସଦସ୍ୟ ସାରଦା ଜେନା ସରକାରଙ୍କ ଚାଷୀ ମାରଣନୀତିକୁ ନେଇ ତୀବ୍ର ନିନ୍ଦା କରିଛନ୍ତି। ରାଜ୍ୟ ସରକାର ରାଜ୍ୟପାଳଙ୍କ ମୁହଁରେ ମିଛ କୁହାଇଛନ୍ତି। ଚଳିତବର୍ଷ ସରକାର ଚାଷୀଙ୍କଠାରୁ ଧାନ କିଣିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଚାଷୀମାନେ ଏବେ କାନ୍ଦୁଛନ୍ତି। ନୈତିକତା ଦୃଷ୍ଟିରୁ ବିଭାଗୀୟ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ସେ କହିଛନ୍ତି।
ଅନ୍ୟପକ୍ଷରେ ଶାସକ ଦଳ ପକ୍ଷରୁ ସଦସ୍ୟ ବାବୁ ସିଂ କହିଛନ୍ତି, ରାଜ୍ୟପାଳଙ୍କ ଅଭିଭାଷଣ ପରେ ବିଧାନସଭା ମଙ୍ଗଳବାର ବନ୍ଦ ପରେ ବୁଧବାର ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ସାଢ଼େ ୧୦ଟାରୁ ସାଢ଼େ ୧୧ଟା ଯାଏ ଚାଲିବା କଥା। ଏହି ସମୟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ହେଲେ ବିରୋଧୀମାନେ ଗୃହକୁ ଚଳାଇବାରେ ସହଯୋଗ କରୁନାହାନ୍ତି। ବିରୋଧୀମାନେ ରାଜ୍ୟର ବିକାଶ ଚାହୁଁନାହାନ୍ତି। ଯଦି ସଦସ୍ୟମାନେ ରାଜ୍ୟପାଳଙ୍କ ଅଭିଭାଷଣକୁ ନେଇ କିଛି କହିବାର ଥିଲା, ତାହା କହିପାରିଥାନ୍ତେ। ହେଲେ ରାଜ୍ୟ ସରକାରଙ୍କ ବିକାଶକୁ ବିରୋଧୀ ସହ୍ୟ କରିପାରୁନାହାନ୍ତି। ରାଜ୍ୟ ବିକାଶରେ ବିରୋଧୀ ବାଧକ ସାଜିଛନ୍ତି ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri