Posted inଖେଳ

୭୦ ବର୍ଷରେ ବିଶ୍ୱରେ ଡ୍ରାଭିଡ୍‌ ହିଁ ଏହି ବିରଳ ରେକର୍ଡର ହୋଇଥିଲେ ନିକଟତର

ନୂଆଦିଲ୍ଲୀ, ୨।୭- ବିଶ୍ୱ କ୍ରିକେଟ୍‌ରେ ଗତ ୭୦ ବର୍ଷ ମଧ୍ୟରେ ଭିଭିଆନ ରିଚାଡର୍‌ସଙ୍କଠାରୁ ଆରମ୍ଭ କରି ସଚିନ ତେନ୍ଦୁଲକର, ବିରାଟ କୋହଲିଙ୍କ ପରି ଅନେକ ମହାନ କ୍ରିକେଟର୍‌ ସୃଷ୍ଟି ହୋଇଛନ୍ତି। କିନ୍ତୁ ଭାରତର ପୂର୍ବତନ ମହାନ ବ୍ୟାଟ୍ସମ୍ୟାନ ରାହୁଲ ଡ୍ରାଭିଡ୍‌ ଓ୍ବେଷ୍ଟଇଣ୍ଡିଜର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସାର୍‌ ଏଭରଟନ ଓ୍ବିକ୍ସଙ୍କ ଲଗାତର ୫ ଶତକର ନିକଟତର ହୋଇପାରିଥିଲେ। ବୁଧବାର ଓ୍ବିକ୍ସ ୯୫ ବର୍ଷରେ ପ୍ରାଣତ୍ୟାଗ କରିଛନ୍ତି। ଓ୍ବିକ୍ସ ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ ଥିଲେ ଯିଏକି ଟେଷ୍ଟ କ୍ରିକେଟ୍‌ରେ ଲଗାତର ୫ ଇନିଂସରେ ଶତକ ହାସଲ କରିବାର ବିରଳ କିର୍ତ୍ତୀମାନର ଅଧିକାରୀ ରହିଥିଲେ। କିନ୍ତୁ ଓ୍ବିକ୍ସଙ୍କ ପରେ ଗତ ୭୦ ବର୍ଷ ମଧ୍ୟରେ କେବଳ ଡ୍ରାଭିଡ ହିଁ ଏହି ବିରଳ ରେକର୍ଡର ନିକଟତର ହୋଇପାରିଥିଲେ। ଡ୍ରାଭିଡ୍‌ ଟେଷ୍ଟରେ ଲଗାତର ୪ ଇନିଂସରେ ଶତକ ଅର୍ଜନ କରିପାରିଥିଲେ। ଯାହାକି ଗତ ୭୦ ବର୍ଷରେ ଆଉ କୌଣସି ବ୍ୟାଟ୍ସମ୍ୟାନଙ୍କ ପକ୍ଷେ ଛୁଇଁବା ସମ୍ଭବପର ହୋଇ ନ ଥିଲା। ୨୦୦୨ରେ ଚମତ୍କାର ଫର୍ମରେ ଥିବାବେଳେ ଡ୍ରାଭିଡ୍‌ କ୍ରମାଗତ ଏହି ୪ ଶତକ ହାସଲ କରିଥିଲେ। ଭାରତ ସେହିବର୍ଷ ସେପ୍ଟେମ୍ବରରେ ଇଂଲଣ୍ଡ ଗସ୍ତରେ ଯାଇଥିବାବେଳେ ଡ୍ରାଭିଡ୍‌ ନଟ୍ଟିଂହାମରେ ୧୧୫, ଲିଡ୍ସରେ ଉଭୟ ଇନିଂସରେ ଯଥାକ୍ରମେ ୧୪୮ ଓ ୨୧୭ ରନର ମାରାଥନ ଇନିଂସ ଖେଳିଥିଲେ। ଏହାପରେ ଭାରତ ଯେତେବେଳେ ଘରୋଇ ମାଟିରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳିଥିଲା ସେହି ସିରିଜର ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଡ୍ରାଭିଡ ୧୦୦ ରନ କରିଥିଲେ। ମୁମ୍ବାଇରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଡ୍ରାଭିଡ୍‌ ୧୦୦ ରନ କରି ରିଟାୟାଡ ହର୍ଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri