Posted inଖେଳ

କିଛି ଚମତ୍କାର ହିଁ ଟିମ୍‌ ଇଣ୍ଡିଆକୁ ବଞ୍ଚାଇ ପାରିବ

ଲିଡ୍ସ,୨୬।୮: ମ୍ୟାଚ୍‌ରେ ଆହୁରି ୩ ଦିନ ବାକି ଅଛି। ଟିମ୍‌ ଇଣ୍ଡିଆ ଏବେ ୩୪୫ ରନ୍‌ରେ ପଛୁଆ। ଇଂଲଣ୍ଡ ହାତରେ ଆହୁରି ୨ ଉଇକେଟ ଅଛି। ଏଭଳି ଗମ୍ଭୀର ସ୍ଥିତିରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳକୁ କୌଣସି ଚମତ୍କାର ହିଁ ବଞ୍ଚାଇ ପାରିବ। ପ୍ରଥମ ଇନିଂସରେ ଭାରତ ମାତ୍ର ୭୮ ରନରେ ସୀମିତ ରହିବା ପରେ ଘରୋଇ ଇଂଲଣ୍ଡ ଦ୍ୱିତୀୟ ଦିନ ସୁଦ୍ଧା ୮ ଉଇକେଟ ହରାଇ ୪୨୩ ରନ୍‌ କରିଛି।

ପ୍ରଥମ ଦିନ ଭଳି ଗୁରୁବାର ଆରମ୍ଭରୁ ବୋଲରଙ୍କୁ ଉଇକେଟ ମିଳି ନ ଥିଲା। ଭାରତୀୟ ବୋଲରଙ୍କୁ ବେଶ ପରିଶ୍ରମ ପରେ ମିଳିଥିଲା ଦୁଇ ଓପନରଙ୍କ ଉଇକେଟ। ରୋରି ବନର୍‌ସ (୬୧) ଓ ହାସିବ ହାମିଦ (୬୮) ପ୍ରଥମ ଉଇକେଟ ପାଇଁ ୧୩୫ ରନ୍‌ ଯୋଡ଼ିଥିଲେ। ଦୀର୍ଘ ୩ ବର୍ଷ ପରେ ଟେଷ୍ଟ ଦଳକୁ ଫେରିଥିବା ଡେଭିଡ୍‌ ମଲାନ ୭୦ ରନ୍‌ କରିଥିଲେ। କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଥିବା ଅଧିନାୟକ ଜୋ ରୁଟ୍‌ (୧୨୧) ପୁଣି ଥରେ ଖେଳିଥିଲେ ଶତକୀୟ ପାଳି। ତାଙ୍କ କ୍ୟାରିୟରର ୨୩ ତମ ଶତକରେ ସାମିଲ ଥିଲା ୧୪ ଚୌକା। ଶେଷ ଆଡ଼କୁ ଘରୋଇ ଦଳର ୩ ବ୍ୟାଟ୍ସମ୍ୟାନଙ୍କୁ ପ୍ୟାଭିଲିୟନ ପଠାଇଥିଲେ ଭାରତୀୟ ପେସର। ଫଳରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଇଂଲଣ୍ଡ ୮ ଉଇକେଟ ହରାଇ ୪୨୩ ରନ୍‌ କରିଛି।

ଭାରତ ପାଇଁ ସର୍ବାଧିକ ସଫଳତା ହାତେଇଥିଲେ ମହମ୍ମଦ ଶାମି। ସେ ୩ ଉଇକେଟ ନେଇଥିବାବେଳେ ମହମ୍ମଦ ସିରାଜ ଓ ରବୀନ୍ଦ୍ର ଜାଡେଜା ୨ ଲେଖାଏ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri