Posted inଜାତୀୟ

ଭାଜପାର ୧୯୫ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି କେବଳ ଜଣେ ମୁସଲମାନ ନେତା, ଜାଣନ୍ତୁ ଅବଦୁଲ୍‌ ସଲାମ କିଏ?

ନୂଆଦିଲ୍ଲୀ,୩।୩: ଭାରତୀୟ ଜନତା ପାର୍ଟି(ଭାଜପା) ଶନିବାର ଲୋକ ସଭା ନିର୍ବାଚନ ପାଇଁ ୧୯୫ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଉକ୍ତ ତାଲିକାରେ ଭାଜପା କେବଳ ଜଣେ ମୁସଲମାନଙ୍କୁ ଟିକେଟ ଦେଇଛି। ସେ ହେଲେ ଅବଦୁଲ ସଲାମ। କାଲିକଟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଅବଦୁଲ କେରଳର ମାଲାପୁରମରୁ ନିର୍ବାଚନ ଲଢ଼ିବେ।

ଅବଦୁଲ ସଲାମ କିଏ?
ଅବଦୁଲ ସଲାମ କେରଳର ତିରୁର ବାସିନ୍ଦା। ସେ ୨୦୧୯ ରେ ଭାଜପାରେ ଯୋଗ ଦେଇଥିଲେ। ୨୦୨୧ ବିଧାନସଭା ନିର୍ବାଚନରେ ସେ ୧୩୫ ନେମୋମ ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଅବଦୁଲ ସଲାମ ୨୦୧୧ ରୁ ୨୦୧୫ ପର୍ଯ୍ୟନ୍ତ କାଲିକଟ ବିଶ୍ୱବିଦ୍ୟାଳୟର କୁଳପତି ଥିଲେ। ଅବଦୁଲ ୨୦୧୮ ପର୍ଯ୍ୟନ୍ତ ଅଧ୍ୟୟନ କାର୍ଯ୍ୟ ସହିତ ଜଡିତ ରହିଲେ। ସେ ୧୫୩ ରିସର୍ଚ୍ଚ ପେପର୍‌ ଲେଖିଛନ୍ତି, ଯାହା ପ୍ରକାଶିତ ହୋଇଛି। ଏହା ବ୍ୟତୀତ ସେ ୧୫ ଟି ସମୀକ୍ଷା ପ୍ରବନ୍ଧ ଏବଂ ୧୩ ପୁସ୍ତକ ଲେଖିଛନ୍ତି। ତାଙ୍କ ବିରୋଧରେ କୌଣସି ଅପରାଧିକ ମାମଲା ପଞ୍ଜିକୃତ ହୋଇନାହିଁ। ତାଙ୍କର ଘୋଷିତ ମୋଟ ସମ୍ପତ୍ତି ହେଉଛି ୬.୪୭ କୋଟି ଟଙ୍କା। ଗତ କିଛିଦିନ ଧରି ଅବଦୁଲ ସଲାମଙ୍କୁ ଭାଜପା ଟିକେଟ ଦେବ ବୋଲି ଚର୍ଚ୍ଚା ହେଉଥିଲା, ଶେଷରେ ତାହା ନିଶ୍ଚିତ ହୋଇଛି। ଅବଦୁଲ ଜଣେ ଧର୍ମନିରପେକ୍ଷ ଚେହେରା ହୋଇଥିବାରୁ ଭାଜପା କେରଳରେ ଏହି ସଂଖ୍ୟାଲଘୁ ପ୍ରାର୍ଥୀଙ୍କ ଉପରେ ବିଶ୍ୱାସ ଦେଖାଇଛି।

କହିରଖୁଛୁ, ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ତାଲିକାରେ ଭାଜପା ୧୯୫ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୪୭ ଜଣ ଯୁବ ନେତା ଅଛନ୍ତି, ଯେଉଁମାନଙ୍କ ବୟସ ୫୦ ବର୍ଷରୁ କମ। ଏହା ବ୍ୟତୀତ ସେମାନଙ୍କ ମଧ୍ୟରେ ୨୮ ଜଣ ମହିଳା,୨୭ ଅନୁସୂଚିତ ଜାତି(ଏସ୍‌ସି) ପ୍ରାର୍ଥୀ, ୧୭ ଏସ୍‌ଟି ଏବଂ ୫୭ ଜଣ ପ୍ରାର୍ଥୀ ଅନ୍ୟ ପଛୁଆ ଶ୍ରେଣୀ ଅର୍ଥାତ ଓବିସି ବର୍ଗର ଅଟନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri