ଜଣେ ଶିକ୍ଷକରେ ଚାଲିଛି ଦଶମ ଶ୍ରେଣୀ

ଧାମନଗର,୧୩ା୧- ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖି ଗତ ୮ ତାରିଖଠାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ହାଇସ୍କୁଲ ଖୋଲିଛି। ପିଲାମାନେ ୧୦୦ ଦିନ କ୍ଲାସ କରିବା ପରେ ପରୀକ୍ଷା ଦେବା ପାଇଁ ନିଷ୍ପତ୍ତି ହୋଇଛି। ମାତ୍ର ସରକାରୀ ସ୍କୁଲମାନଙ୍କରେ ଶିକ୍ଷକ ଅଭାବ ସାଙ୍ଗକୁ ଶିକ୍ଷାଦାନ ବ୍ୟାହତ ଯୋଗୁ ଛାତ୍ରୀଛାତ୍ର ତଥା ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି।
ଧାମନଗର ବ୍ଲକ ଦେହୁଡ଼ି ଆନନ୍ଦପୁର ପଞ୍ଚାୟତର ଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା ପାଠପଢ଼ାରେ ବ୍ୟାଘାତ ସୃଷ୍ଟି କରିଛି। ଏହି ବିଦ୍ୟାଳୟଟି ଜଣେ ମାତ୍ର ହିନ୍ଦୀ ଶିକ୍ଷକରେ ଚାଲିଛି। ବିଦ୍ୟାଳୟରେ ୨ଜଣ ଶିକ୍ଷକ ଥିଲେ। ଇଂଲିଶ ଶିକ୍ଷକ ପଦୋନ୍ନତି ପାଇ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି। ଜଣେ ହିନ୍ଦୀ ଶିକ୍ଷକ କିଭଳି ପାଠ ପଢ଼ାଇବେ ସେଥିନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ସ୍କୁଲର ଦଶମ ଶ୍ରେଣୀରେ ୭୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ବିଶେଷ କରି ଗଣିତ, ବିଜ୍ଞାନ,ସଂସ୍କୃତ,ଇଂରାଜୀ,ଓଡ଼ିଆ ଭଳି ବିଷୟ ଭିତ୍ତିକ ଶିକ୍ଷକ ନାହାନ୍ତି। ଏନେଇ ଅଭିଭାବକମାନେ ବିଭିନ୍ନ ସମୟରେ ଶିକ୍ଷା ବିଭାଗକୁ ଅବଗତ କରିଥିଲେ ମଧ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେବା କ୍ଷୋଭର ବିଷୟ ପାଲଟିଛି। ପୂର୍ବରୁ ଏହି ବିଦ୍ୟାଳୟରେ ଭଲ ପାଠପଢ଼ା ହେଉଥିବାରୁ ଆନନ୍ଦପୁର ପଞ୍ଚାୟତ ସମେତ ନିକଟସ୍ଥ ଖଡ଼ିପଦା ପଞ୍ଚାୟତ ଓ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ସଠଗାଁ,ବିରୋଳି,ଦାଣ୍ଡକୁଳ,ତିଖିଲିଆ ଗ୍ରାମର ଛାତ୍ରୀଛାତ୍ର ନାମ ଲେଖାଇଥିଲେ। ଶିକ୍ଷକ ଅଭାବ ଯୋଗୁ ସେଠାରେ ଥିବା ନୋଡାଲ ବିଦ୍ୟାଳୟର କେତେକ ଶିକ୍ଷକ ପାଞ୍ଚ ଦିନ ହେଲା ମାଟ୍ରିକ ପିଲାଙ୍କୁ ପାଠ ପଢ଼ାଉଛନ୍ତିି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ପୀତାମ୍ବର ବାରିକଙ୍କୁ ପଚାରିବାରୁ ଦୁୁୁଇ ଦିନ ମଧ୍ୟରେ ଉକ୍ତ ବିଦ୍ୟାଳୟକୁ ଶିକ୍ଷକ ପଠାଇବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?