ଭାଜପା ହିଁ ସୁନାର ବଙ୍ଗଳା କରିପାରିବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୪(ବ୍ୟୁରୋ): ଭାଜପା ହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗର ବିକାଶ କରିବା ସହ ସୁନାର ବଙ୍ଗଳା ନିର୍ମାଣ କରିପାରିବ ବୋଲି ସୋମବାର ପାନିହାଟ ସମେତ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ଏବଂ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେହିପରି ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବା ସରକାରଙ୍କ ପ୍ରଥମ ଦାୟିତ୍ୱ ହେବା ଦରକାର। ଯାହାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି ବୋଲି ସେ କହିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ସାମୁଦ୍ରିକ ଅର୍ଥନୀତି ସହ ପଶ୍ଚିମବଙ୍ଗ ବିଭିନ୍ନ କ୍ଷେତ୍ରରେ ଆଗୁଆ ରହିଛି। ଏଠାକାର ଲୋକମାନେ ବୌଦ୍ଧିକ କ୍ଷମତା ଦୃଷ୍ଟିରୁ ତୀକ୍ଷ୍ଣ। ପୂର୍ବ ଭାରତକୁ ଦେଶର ଜ୍ଞାନ ଆଧାରିତ ଅର୍ଥନୀତି ଭାବେ ପୁନଃପ୍ରତିଷ୍ଠା କରିବା ପାଇଁ ଯୋଜନା ରହିଛି। ଏ ଦିଗରେ ଏହି ଅଂଞ୍ଚଳର ସାମଗ୍ରିକ ବିକାଶକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ପୂର୍ବ ଭାରତ ବିନା ସମଗ୍ର ଭାରତର ବିକାଶ ଅସମ୍ଭବ। ସେହିପରି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଖଣିଜ କ୍ଷେତ୍ରରେ ନୀତି ସଂସ୍କାଣ ଅଣାଯାଇଛି। ଓଡିଶା, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡ ଭଳି ରାଜ୍ୟ ଏହାର ଉଦାହରଣ। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ସ୍ବଚ୍ଛ ଭାରତ ଯୋଜନାରେ ଶୌଚାଳୟ, ଆବାସ ଯୋଜନାରେ ଘର, ଉଜ୍ଜଳା ଯୋଜନାରେ ଗ୍ୟାସ, ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌, ଜନଧନ ଆକାଉଣ୍ଟରେ ମହିଳାଙ୍କୁ ଆର୍ଥିକ ସହଯୋଗ ପ୍ରଭୁତି ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣୀ ଯୋଜନାର ପୂର୍ବ ଭାରତ ଆଜି ଅଧିକ ଲାଭାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଥିଲେ। ସୋମବାର ପାନିହାଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଯୁବ କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ବିଶାଳ ଜନସଭାରେ ସମ୍ବୋଧିତ କରିବା ସହ ଅନ୍ୟାନ୍ୟ ନିର୍ବାଚନ ଶୋଭାଯାତ୍ରାରେ ଧର୍ମେନ୍ଦ୍ର ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri