ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି

କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ଦେଶରୁ ଶାନ୍ତି ପାଇଁ ନିରନ୍ତର ନିବେଦନ କରୁଛନ୍ତି।
ଏହି ସମୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ପୁଣି ଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଏଥି ସହିତ, ୟୁକ୍ରେନର ରାଷ୍ଟ୍ରପତି ବିଶ୍ୱାସ କରନ୍ତି ଯେ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଶେଷ କରିବାରେ ମୋଦି ଏକ ପ୍ରମୁଖ ଭୂମିକା ଗ୍ରହଣ କରିପାରିବେ। ଜେଲେନସ୍କି କହିଛନ୍ତି ଯେ ଏଥିରେ କୌଣସି ସନ୍ଦେହ ନାହିଁ ଯେ ମୋଦି ଯୁଦ୍ଧ ବନ୍ଦ କରିପାରିବେ।
ଟାଇମ୍ସ ଅଫ ଇଣ୍ଡିଆକୁ ଦେଇଥିବା ଏକ ସାକ୍ଷାତକାରରେ ସେ ମୋଦିଙ୍କୁ ପ୍ରଶଂସା କରିବା ସହ କହିଛନ୍ତି ଯେ ତାଙ୍କ ଉଦ୍ୟମ ପ୍ରକୃତରେ ଯୁଦ୍ଧକୁ ବନ୍ଦ କରିପାରେ। ଏହି ଯୁଦ୍ଧକୁ ଶେଷ କରିବାକୁ ଚେଷ୍ଟା କରିବାରେ ପ୍ରଧାନମନ୍ତ୍ରୀ ମୋଦିଙ୍କର ମହତ୍ୱପୂର୍ଣ୍ଣ ଭୂମିକା ରହିଛି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ହେଉଛନ୍ତି ବିଶ୍ୱର ଏକମାତ୍ର ରାଜନେତା ଯିଏ ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ୟୁକ୍ରେନ ଗସ୍ତ କରିଛନ୍ତି।
ସୂଚନାଯୋଗ୍ୟ, କିଛି ଦିନ ମଧ୍ୟରେ ୟୁକ୍ରେନ ଏବଂ ରୁଷିଆରେ ପ୍ରବଳ ଥଣ୍ଡା ଲାଗିବ। ଶୀତଦିନେ ଯୁଦ୍ଧ କରିବା ଉଭୟ ଦେଶର ସେନାମାନଙ୍କ ପାଇଁ ଏକ ବଡ଼ ଆହ୍ବାନ। ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଧ୍ୟ ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ୟୁକ୍ରେନ ଏବଂ ୟୁକ୍ରେନବାସୀଙ୍କ ପାଇଁ ଏହା ହେଉଛି ତୃତୀୟ କଠିନ ଶୀତ। ଆମେ ଆମର ଶକ୍ତି ପ୍ରଣାଳୀକୁ ପର୍ଯ୍ୟାୟ କ୍ରମେ ମଜବୁତ କରୁଛୁ। ଆମେ ରୁଷିଆର ସେନାକୁ ଏକ ଉପଯୁକ୍ତ ଉତ୍ତର ଦେବୁ।
ନିକଟରେ ପ୍ରଧାନମନ୍ତ୍ରୀ ମୋଦି ବ୍ରିକ୍ସ ସମ୍ମିଳନୀରେ ଭାଗ ନେବାକୁ ରୁଷିଆ ଗସ୍ତ କରିଛନ୍ତି। ଭାରତ ଏବଂ ରୁଷିଆ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ପୁଣି ଥରେ ରାଷ୍ଟ୍ରପତି ପୁଟିନଙ୍କ ସମ୍ମୁଖରେ ରୁଷିଆ-ୟୁକ୍ରେନ ଯୁଦ୍ଧ ବିଷୟରେ ଉଲ୍ଲେଖ କରିଛନ୍ତି।
ମୋଦି କହିଛନ୍ତି ଯେ ଭାରତ ସର୍ବଦା ଶାନ୍ତି ପ୍ରତିଷ୍ଠା କରୁଛି ଏବଂ ଯୁଦ୍ଧ କେବଳ ଶାନ୍ତି ମାଧ୍ୟମରେ ସମାଧାନ ହୋଇପାରିବ। ତେବେ ପ୍ରଧାନମନ୍ତ୍ରୀଙ୍କ ଏହି ବିବୃତ୍ତି ଉପରେ ଜେଲେନସ୍କି ଏକ ଦୃଢ ମନ୍ତବ୍ୟ ଦେଇଛନ୍ତି।
ସେ କହିଛନ୍ତି, ଭାରତ କହିଛି ଆମେ ଶାନ୍ତି ପାଇଁ କାମ କରିବାକୁ ପ୍ରସ୍ତୁତ ଅଛୁ, ହେଲେ ଏହା ପର୍ଯ୍ୟାପ୍ତ ନୁହେଁ, ଏହ ଉପରେ ଭାରତର ବି ଆକ୍ସନ ଦେଖାଇବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri