କେବଳ ସାଧୁସନ୍ଥଙ୍କୁ ଅନୁମତି

ଢେଙ୍କାନାଳ ଅଫିସ, ୯।୨: ମହିମା ଧର୍ମପୀଠ ଯୋରନ୍ଦାରେ ବିଶ୍ୱପ୍ରସିଦ୍ଧ ମାଘମେଳା ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। କୋଭିଡ୍‌ ସଂକ୍ରମଣ ଆଶଙ୍କା ଥିବାରୁ ଚଳିତବର୍ଷ ଜନସାଧାରଣଙ୍କ ସମାଗମକୁ ବାରଣ କରାଯାଇଛି। ପାରମ୍ପରିକ ନୀତିକାନ୍ତି ପାଇଁ କେବଳ ସାଧୁସନ୍ଥଙ୍କୁ ଅନୁମତି ଦିଆଯାଇଛି। ମହିମା ଧର୍ମର ପ୍ରମୁଖ କେନ୍ଦ୍ରସ୍ଥଳ ଭାବେ ପରିଚିତ ମହିମା ଗାଦିରେ ମାଘମେଳା କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମାପନ କରିବା ଲାଗି ମଙ୍ଗଳବାର ଜିଲାପାଳ ସରୋଜ କୁମାର ସେଠୀଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଯୋରନ୍ଦା ଗସ୍ତକରି ପ୍ରସ୍ତୁତି ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ଏଥିସହ ସାଧୁସନ୍ନ୍ୟାସୀମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି।
ଗତବର୍ଷ ଭଳି ଚଳିତବର୍ଷ ନିରାଡ଼ମ୍ବରରେ ଯୋରନ୍ଦା ମାଘମେଳା ଅନୁଷ୍ଠିତ ହେବ। ସାଧୁସନ୍ନ୍ୟାସୀଙ୍କ ସୁବିଧା ଲାଗି ଆବଶ୍ୟକ ଆଲୋକୀକରଣ, ପାନୀୟ ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା ଏବଂ ସାନିଟାଇଜେଶନ ଉପରେ ଗୁରୁତ୍ୱ ଦିଆଯିବ। ସ୍ବତନ୍ତ୍ର ଶିବିର କରି ସାଧୁସନ୍ଥଙ୍କ କୋଭିଡ୍‌ ପରୀକ୍ଷା ସମେତ ଟିକାକରଣ ବ୍ୟବସ୍ଥା କରାଯିବ। ସାନିଟାଇଜେଶନ ପାଇଁ ୨ଟି ସ୍ବତନ୍ତ୍ର ମେଶିନ ପୃଥକ୍‌ ସ୍ଥାନରେ ଲାଗିବ। ଏସବୁ ବ୍ୟବସ୍ଥା ସମ୍ପର୍କରେ ବଡ଼ମଠ ଭଜନ ମଣ୍ଡପରେ ଜିଲାପାଳଙ୍କ ଉପସ୍ଥିତିରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି।
ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ବିଡିଓ ଆଶିଷ କୁମାର ସାହୁ, ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ସୁରେନ୍ଦ୍ର ବେହେରା, ଥାନାଧିକାରୀ ବିଷ୍ଣୁ ଚରଣ ବାରିକ, ସତ୍ୟ ମହିମା ଧର୍ମଧାମ ପରିଚାଳନା ସମିତିର ନିତ୍ୟାନନ୍ଦ ବାବା, ପ୍ରସନ୍ନ ବାବା, ପ୍ରଭାକର ବାବା, ଦୀନବନ୍ଧୁ ବାବା, ସତ୍ୟ ମହିମା ଅଲେଖ କୌପୀନଧାରୀ ମହିମା ସମାଜର ସୁଶାନ୍ତ ବାବା, ମହିମା ଜ୍ୟୋତିଯାତ୍ରା ସଂଯୋଜକ ପ୍ରଦ୍ୟୁମ୍ନ ରଥ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?