Posted inଜାତୀୟ

ପରେଡ୍‌ରେ କେବଳ ମହିଳା କଣ୍ଟିଜେଣ୍ଟ ଭାଗନେବେ

ନୂଆଦିଲ୍ଲୀ, ,୮ା୫ (ପି.ଟି.) : ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥ ପରେଡରେ କେବଳ ମହିଳା ମାର୍ଚିଂ ଓ ବ୍ୟାଣ୍ଡ୍‌ କଣ୍ଟିଜେଣ୍ଟଙ୍କୁ ଦେଖିବାକୁ ମିଳିବ। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ କରାଯାଉଚି। ଗତ ମାର୍ଚ୍ଚରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୩ ବାହିନୀ ସମେତ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗକୁ ଏହି ମର୍ମରେ ପତ୍ର ପଠାଯାଇଥିଲା। ଫେବୃୟାରୀରେ ପ୍ରତିରକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସି ଆଗାମୀ ସାଧାରଣତନ୍ତ୍ର ଦିବସ ପରେଡରେ କେବଳ ମହିଳା କଣ୍ଟିଜେଣ୍ଟମାନଙ୍କୁ ସାମିଲ କରିବା ପାଇଁ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଥିଲା। ପରେଡରେ ମହିଳା ମାର୍ଚିଂ ଓ ବ୍ରାଣ୍ଡ କଣ୍ଟିଜେଣ୍ଟ ସମେତ ପ୍ରଜ୍ଞାପନ ମେଢ଼ ଓ ଅନ୍ୟାନ୍ୟ ପ୍ରଦର୍ଶନରେ ମଧ୍ୟ ମହିଳାମାନଙ୍କୁ ସାମିଲ କରାଯିବ ବୋଲି ଉକ୍ତ ପତ୍ରରେ ଉଲ୍ଲେଖ କରାଯାଇଥିଲା। ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଦେଶର ସାମରିକ ସାମର୍ଥ୍ୟ ଏବଂ ଗୌରବମୟ ସାଂସ୍କୃତିକ ଐତିହ୍ୟର ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ନାରୀଶକ୍ତି ପ୍ରମୁଖ ପ୍ରସଙ୍ଗ ଥିଲା। ବାୟୁସେନାର ୧୪୪ ଯବାନମାନଙ୍କ ମାର୍ଚିଂ କଣ୍ଟିନେଣ୍ଟର ନେତୃତ୍ୱ ଜଣେ ମହିଳା ଅଫିସର ନେଇଥିଲେ। କେରଳ, କର୍ନାଟକ, ତାମିଲନାଡୁ, ମହାରାଷ୍ଟ୍ର ଓ ତ୍ରିପୁରାର ପ୍ରଜ୍ଞାପନ ମେଢ଼ର ମୁଖ୍ୟ ବିଷୟ ଥିଲା ନାରୀଶକ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri