ଆସିଲା କୁବେର କନଷ୍ଟେବଳଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା: ଠାବ ହେଲାଣି ୬ କୋଟି ୯୭ ଲକ୍ଷରୁ ଅଧିକ ସମ୍ପତ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ବହିଷ୍କୃତ କୋଟିପତି କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା ସୋମବାର ଭିଜିଲାନ୍ସ ଜାରି କରିଛି । ପ୍ରସନ୍ନ ୬ କୋଟି ୯୭ ଲକ୍ଷ ୧୫ ହଜାର ୫୭ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି । ଯାହାକି ନିଜ ଆୟଠାରୁ ୨୨୧ ପ୍ରତିଶତ ଅଧିକ । ଏନେଇ ଭିଜିଲାନ୍ସ ୧୩ (୨), ୧୩ (A) (B), ୧୨ ପିସି ଆକ୍ଟରେ ମାମଲା ରୁଜୁ କରିଛି ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୫ଟି ସ୍ଥାନରେ ଏକକାଳୀନ ଚଢାଉ କରିଥିଲା । ସରକାରୀ ବାସଭବନ, ଭୁବନେଶ୍ବର ଡୁମୁଡୁମାରେ ଥିବା ସ୍ପାର୍କ ଫର୍ଣ୍ଣିଚର ଦୋକାନ, ପାତ୍ରପଡା ସ୍ଥିତ ସାଉଥ ସିଟି ବାର, ଲିଙ୍ଗିପୁର ସ୍ଥିତ ସ୍ପାର୍କ ଫର୍ଣ୍ଣିଚର ୱାର୍କସପ ଓ ଖୋର୍ଦ୍ଧାରେ ଥିବା ଦୁଇ ମହଲା ଘର ଉପରେ ଭିଜିଲାନ୍ସ ଚଢାଉ କରିଥିଲା । ଏହି ଚଢାଉ ବେଳେ ୨ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟରଙ୍କ ସମେତ ଭିଜିଲାନ୍ସର ୫ଟି ଟିମ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ କନଷ୍ଟେବଳଙ୍କ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri