ନିର୍ବାଚନ ମଇଦାନରେ ବାପା-ପୁଅ: ଚାଲିଛି କଡ଼ା ଟକ୍କର

ପୋଲସରା,୯।୩(ଡି.ଏନ୍‌.ଏ.): କୁହାଯାଏ, ବାପ ଥିବା ପୁଅ ସଭାରେ ହାରେନି। ହେଲେ, ପୁଅକୁ ହରାଇବା ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଜଣେ ବାପା। ନିର୍ବାଚନ ରଣାଙ୍ଗନରେ ଉଭୟ ବାପା ପୁଅଙ୍କ ମଧ୍ୟରେ ଲଢ଼େଇ । ଚାଲିଛି କଡ଼ା ଟକ୍କର। ଏଭଳି ନିଆରା ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିରେ । ଏନ୍‌ଏସି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇଥିବା ବେଳେ ଦୁଇ ନମ୍ବର ଓ୍ବାର୍ଡ଼ରୁ କାଉନସିଲର୍‌ ପଦବୀ ପାଇଁ ବାପପୁଅ ମଧ୍ୟରେ ମୁହାଁମୁହିଁ ଲଢ଼େଇ ହେବାକୁ ଯାଉଛି । ପୋଲସରା ଏନଏସିର ପ୍ରଥମ ମହିଳା ଅଧ୍ୟକ୍ଷା ସୌଦାମିନୀ ସାହୁଙ୍କ ସ୍ବାମୀ ଦୁର୍ଯୋଧନ ସାହୁ ୨ ନମ୍ବର ଓ୍ବାର୍ଡ଼ରୁ କାଉନ୍‌ସିଲର ପଦବୀ ପାଇଁ ଭାଜପାରୁ ନାମାଙ୍କନ ଦାଖଲ କରିଥିବା ବେଳେ ପୁଅ ଅନୀଲ କୁମାର ସାହୁ ବିଜେଡିରୁ ନାମାଙ୍କନ ଦାଖଲ କରିଛନ୍ତି । ଏନେଇ ଅନୀଲ କହିଛନ୍ତି, ବାପା ଜାଣିକି ମୋ ବିରୋଧରେ ଭାଜପାରୁ ପ୍ରାର୍ଥୀ ହୋଇଛନ୍ତି। ସେ ଗାଁ ପାଇଁ ବହୁତ କିଛି କରିଛନ୍ତି। ତାଙ୍କର ବହୁତ ଅବଦାନ ଅଛି। ମୋର ଆଶା ଅଛି ମୁଁ ବହୁତ କିଛି କରିବି । ଏହା ଶାନ୍ତିପୂର୍ଣ୍ଣ ନିର୍ବାଚନ ହେବ ବୋଲି ଆଶା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri