Posted inଜାତୀୟ

ଗୁଜରାଟର ପୂର୍ବତନ ରାଜ୍ୟପାଳ ଓପି କୋହଲିଙ୍କ ପରଲୋକ

ଅହମଦାବାଦ,୨୦।୨: ଗୁଜରାଟର ପୂର୍ବତନ ରାଜ୍ୟପାଳ ତଥା ଭାଜପାର ବରିଷ୍ଠ ନେତା ଓମ୍‌ ପ୍ରକାଶ କୋହଲିଙ୍କ ସୋମବାର ପରଲୋକ ଘଟିଛି। ୮୭ବର୍ଷରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ କିଛି ଦିନରୁ ସେ ରୋଗାଗ୍ରସ୍ତ ଥିଲେ। ନୋଏଡାର ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମଙ୍ଗଳବାର ତାଙ୍କର ଶେଷକୃତ୍ୟ କରାଯିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି। ମୋଦି ଟୁଇଟ କରି କହିଛନ୍ତି, ଜଣେ ଏମ୍‌ପି ଓ ରାଜ୍ୟପାଳ ଭାବେ ଓପି କୋହଲି ଜନକଲ୍ୟାଣ ପ୍ରସଙ୍ଗ ଉପରେ ଅନେକ କାମ କରିଛନ୍ତି। ଏଥିସହ ଭାଜପା ନେତା ଭାବେ ତାଙ୍କର ଯୋଗଦାନକୁ ମନେପକାଇ ମୋଦି କହିଛନ୍ତି, ଦିଲ୍ଲୀରେ ଆମ ଦଳକୁ ମଜଭୁତ କରିବାରେ ତାଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଥିଲା। ସେହିପରି ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ମଧ୍ୟ ଓପି କୋହଲିଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି। ଭୂପେନ୍ଦ୍ର ପଟେଲ ଟୁଇଟ କରି କହିଛନ୍ତି, ପୂର୍ବତନ ରାଜ୍ୟପାଳଙ୍କ ବ୍ୟକ୍ତିତ୍ୱ ଏବଂ ଶିକ୍ଷା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ହୋଇରହିବ। ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରିବା ସହ ଶୋକସନ୍ତପ୍ତ ପରିବାରକୁ ଦୁଃଖ ସହିବାକୁ ଧର୍ଯ୍ୟ ଦିଅନ୍ତୁ ବୋଲି ଭୂପେନ୍ଦ୍ର ପଟେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri