Posted inଜାତୀୟ

ଏନ୍‌ଡିଏରେ ସାମିଲ ହେବାର କାରଣ କହିଲେ ରାଜଭର

ନୂଆଦିଲ୍ଲୀ,୧୬।୭: ସୁହେଲଦେବ ଭାରତ ସମାଜ ପାର୍ଟି ନେତା ଓମ ପ୍ରକାଶ ରାଜଭର ପୁଣି ଥରେ ଏନଡିଏରେ ଯୋଗ ଦେଇଛନ୍ତି। ରବିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏହା ଘୋଷଣା କରିଛନ୍ତି। ବିରୋଧୀ ଏକତା ଭିତରେ କୌଣସି ଶକ୍ତି ନାହିଁ ତେଣୁ ସେ ଏନଡିଏରେ ଯୋଗଦେଇଛନ୍ତି ବୋଲି ସେ କହିଛନ୍ତି।
ଓମ ପ୍ରକାଶ ରାଜଭର ଦାବି କରିଛନ୍ତି ଯେ, ଏନଡିଏରେ ଯୋଗଦେବା ପାଇଁ ଭାଜପା ପ୍ରଥମେ ମୋତେ ଅଫର୍‌ ଦେଇଥିଲା। ଜୁଲାଇ ୧୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବଡ ନେତାଙ୍କ ସହ ଆଲୋଚନା ହେବ। ତା’ପରେ ମୁଁ ସବୁକିଛି ସ୍ପଷ୍ଟ କରିବି।
ଏନ୍‌ଡିଏରେ ଯୋଗଦେବା ପରେ ରାଜଭର ସମାଜବାଦୀ ପାର୍ଟି ଏବଂ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରିଛନ୍ତି। ରାଜଭାର ଅଖିଳେଶଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ସେ ହାଇଦ୍ରାବାଦ ଏବଂ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ଯାଉଛନ୍ତି, କିନ୍ତୁ ତାଙ୍କ ପାଖରେ ବସିଥିବା ନେତାମାନଙ୍କୁ ଭେଟୁନାହାଁନ୍ତି। ହାଇଦ୍ରାବାଦ ଏବଂ ପଶ୍ଚିମବଙ୍ଗର ଲୋକମାନେ ସେମାନଙ୍କୁ ୟୁପିରେ ଭୋଟ ଦେବେ କି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି…

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri