ଏମ୍‌ସ ସାଟେଲାଇଟ୍‌ ସେଣ୍ଟରରେ ଓପିଡି ସେବା

ବାଲେଶ୍ୱର ଅଫିସ, ୧୭।୪: ବାଲେଶ୍ୱର ଜିଲା ଜାତୀୟ ରାଜପଥ ପାର୍ଶ୍ୱସ୍ଥିତ ରେମୁଣାଠାରେ ନବନିର୍ମିତ ଏମ୍‌ସ ସାଟେଲାଇଟ୍‌ ସେଣ୍ଟରର ନିଜସ୍ବ କୋଠାରେ ଶନିବାରଠାରୁ ଓପିଡି ସେବା ଆରମ୍ଭ ହୋଇଛି। ପୂର୍ବାହ୍ନ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏଣ୍ଡୋକ୍ରାଇନୋଲୋଜି, ଜେନେରାଲ ସର୍ଜରି ଓ ଚର୍ମ ରୋଗ ବିଭାଗର ବିଶେଷଜ୍ଞ ଡାକ୍ତରମାନେ ସେବା ପ୍ରଦାନ କରିଥିଲେ।
ପ୍ରଥମ ଦିନରେ ଆଇଟିଆର୍‌ ନିର୍ଦ୍ଦେଶକ ଏଚ୍‌.କେ. ରଥ ଭୁବନେଶ୍ୱର ଏମ୍‌ସରୁ ଆସିଥିବା ୩ଜଣ ଡାକ୍ତର ଡା. କିଶୋର କୁମାର ବେହେରା, ଡା. ଶାନ୍ତନୁ କୁମାର ସାହୁ ଓ ଡା. ମନୋଜ କୁମାର ନାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ପ୍ରଥମ ଦିନରେ ୩ଟି ବିଭାଗର ବିଶେଷଜ୍ଞ ଡାକ୍ତରମାନେ ୧୨୪ରୋଗୀଙ୍କୁ ଚିକିତ୍ସା କରିଛନ୍ତି। କରୋନା ସମୟରେ ବନ୍ଦ ରହିଥିବା ଏମ୍‌ସର ଆଉଟ୍‌ଡୋର ସେବା ପୁନଃ କାର୍ଯ୍ୟକ୍ଷମ ହୋଇଛି। ସେହିପରି ରେଗୁଲାର ଓପିଡିର ଉଦ୍‌ଘାଟନ ହେବା ପର୍ଯ୍ୟନ୍ତ ସାମୟିକ ଭାବେ ଏହି ସ୍ବାସ୍ଥ୍ୟସେବା ପ୍ରତ୍ୟେକ ଶନିବାର ଓ ରବିବାର ପ୍ରଦାନ କରାଯିବ। ତେବେ ଶନିବାର ପ୍ରଥମ ଦିନରେ ରୋଗୀମାନେ ଆସି ସ୍ବାସ୍ଥ୍ୟ ପରୀକ୍ଷା କରୁଥିବା ଦେଖିବାକୁ ମିଳିଥିଲା। ଏହି ଅବସରରେ ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀମାନେ ଉପସ୍ଥିତ ରହି ଓପିଡି ସେବା ଆରମ୍ଭ କରିଥିଲେ। ଏମ୍‌ସ ସାଟେଲାଇଟ୍‌ ସେଣ୍ଟର ନୋଡ଼ାଲ ଅଫିସର ଡା. ମୁକୁନ୍ଦ କୁମାର ସାହୁ, ଏମ୍‌ସ ବାଲେଶ୍ୱର ଇନଚାର୍ଜ ପ୍ରଫେସର ଡା. ସରୋଜ ଦାସ ମଜୁମଦାର ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri