ସକାଳ ୯ରୁ ଅପରାହ୍ନ ୫ଟା ଓପିଡି ସେବା

ଭୁବନେଶ୍ବର, ୧୯ା୧୧(ବ୍ୟୁରୋ): ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଭୁବନେଶ୍ବରରେ କ୍ୟାପିଟାଲ ହସ୍ପିଟାଲ ଏବଂ ପିଜି ପାଠ୍ୟକ୍ରମ ପାଇଁ ପିଜିଆଇଏମଇଆର ପ୍ରତିଷ୍ଠା କରିଛନ୍ତି। ୨୦୨୨-୨୩ ବର୍ଷ ପାଇଁ ବର୍ତ୍ତମାନ ସୁଦ୍ଧା ୬ଟି କ୍ଲିନିକାଲ ପାଠ୍ୟକ୍ରମ ଯଥା-ସର୍ଜରୀ, ମେଡିସନ୍‌, ଅର୍ଥୋପେଡିକ୍‌, ଗାଇନେକୋଲୋଜି, ରେସ୍ପିରେଟୋରୀ ମେଡିସନ୍‌ ଏବଂ ପେଡିଆଟ୍ରିକ୍ସ ଆଦିରେ ୨୪ଟି ସିଟ୍‌କୁ ନ୍ୟାସନାଲ ମେଡିକାଲ କାଉନସିଲ ଅନୁମୋଦନ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗର ସଚିବ ଶାଳିନୀ ପଣ୍ଡିତଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ଏହି ପାଠ୍ୟକ୍ରମଗୁଡ଼ିକରେ ନାମଲେଖା ଜାରି ରହିଛି। ୧୧ଟି କ୍ଲିନିକାଲ ଏବଂ ୪ଟି ପାରା-କ୍ଲିନିକାଲ ପାଠ୍ୟକ୍ରମରେ ପିଜି ପାଠପଢ଼ା ପାଇଁ ଏହି ଅନୁଷ୍ଠାନକୁ ବିକଶିତ କରାଯାଉଛି। ଏନଏମସି ମାର୍ଗଦର୍ଶିକା ଅନୁସାରେ ମେଡିକାଲ କଲେଜ ଏବଂ ହସ୍ପିଟାଲର ଓପିଡି ସମୟ ଧାର୍ଯ୍ୟ ହୋଇଛି। ସକାଳ ୯ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଓପିଡି ସେବା ମିଳିବ। ମଧ୍ୟାହ୍ନ ୧ଟାରୁ ୨ଟା ପର୍ଯ୍ୟନ୍ତ ମଧ୍ୟାହ୍ନ ଭୋଜନ ସମୟ ରଖାଯାଇଛି। ରାଜ୍ୟର ସମସ୍ତ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଏହି ସମୟକୁ ଅନୁପାଳନ କରାଯିବ। ନିୟମିତ ଓପିଡି ସମୟ ବାଦ୍‌ ଅପରାହ୍ନ ୫ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ଜରୁରୀକାଳୀନ ସେବା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri