ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ ଶେଷପରେ ଉକ୍ତ ବ୍ଲକ ଚମ୍ପାପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ୩ ନଂ. ବୁଥ୍‌ ଭୋଟ ବାକ୍ସକୁ ପୋଲିଂ ଅଧିକାରୀ ଆଣିଥିଲେ। ତେବେ କେନ୍ଦ୍ରରେ ବାକ୍ସ ଖୋଲି ଅଦଳବଦଳ କରାଯାଇଥିବା ଭାଜପା କର୍ମୀ ଅଭିଯୋଗ କରିଥିଲେ। ଫଳରେ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ନିୟନ୍ତ୍ରଣ କରିବାକୁ ଯାଇ ମୃଦୁ ଲାଠି ଚାଳନା କରିଥିଲା। ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ସ୍ଥିତି ଶାନ୍ତ ପଡ଼ିଥିଲା।
ଭୋଟବାକ୍ସ ଖୋଲାଥିବାବେଳେ ଏହା ନିକଟରେ ପୋଲିଂ ଅଧିକାରୀ ଛିଡ଼ା ହେବା ଦେଖି ଭାଜପା କର୍ମୀ ହୋହଲ୍ଲା କରିଥିଲେ। ଖବର ପାଇ ଶତାଧିକ କର୍ମୀ ଘଟଣାସ୍ଥଳରେ ରୁଣ୍ଡ ହୋଇ ଭୋଟବାକ୍ସରେ ଜାଲିଆତି ହୋଇଥିବା ଅଭିଯୋଗ କରି ଜଣେ ପୋଲିଂ ଅଧିକାରୀଙ୍କୁ ମାଡ଼ ମାରିଥିଲେ। ଭାଜପା ନେତା ଅମର ନାୟକ ପହଞ୍ଚିବା ପରେ ପରିସ୍ଥିତି ଆହୁରି ଉତ୍ତେଜନା ମୂଳକ ହୋଇଥିଲା। ପୋଲିସ ବୁଝାଶୁଝା କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ଲୋକେ କିଛି ଶୁଣି ନ ଥିଲେ। ଜିଲା ପ୍ରଶାସନ ପକ୍ଷରୁ ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ କୁମାର ବେଉରିଆ, ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ, ତହସିଲଦାର ପ୍ରଦୀପ କୁମାର ସେଠୀ, ଅତିରିକ୍ତ ତହସିଲଦାର ନିରଞ୍ଜନ ଗୁରୁ ପ୍ରମୁଖ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ଶେଷରେ ପୁନଃ ର୍ବାର ଉପସ୍ଥିତ ଲୋକଙ୍କ ସମ୍ମୁଖରେ ଭୋଟବାକ୍ସ ସିଲ କରାଯାଇ ସଂରକ୍ଷଣ କକ୍ଷକୁ ନିଆଯାଇଥିଲା। ତେବେ ପରିବହନ ସମୟରେ ଭୋଟ ବାକ୍ସ ଖୋଲି ଯାଇଥିବା ନେଇ ଦାୟିତ୍ୱରେ ଥିବା ଅଧିକାରୀ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri