Posted inଖେଳ

ଓପନ ଚେସ୍‌: ଆରିନ ଅନ୍ବେଷ ଚାମ୍ପିୟନ

ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ୩ୟ ସୌରେନ୍ଦ୍ର ପ୍ରସାଦ ଦାସ ସ୍ମାରକୀ ଅନ୍‌ଲାଇନ୍‌ ଓପନ ଚେସ୍‌ରେ ଭୁବନେଶ୍ୱରର ଆରିନ ଅନ୍ବେଷ ସ୍ବାଇଁ ଚାମ୍ପିୟନ ହୋଇଛନ୍ତି। ସେ ଖେଳିଥିବା ୧୮ ମ୍ୟାଚରୁ ୧୬ଟିରେ ବିଜୟୀ ହୋଇଥିଲେ ଓ ୨ଟି ହାରିଥିଲେ। ଗୁଜରାଟ ଅହମଦାବାଦର କର୍ତ୍ତବ୍ୟ ଅନାଡକଟ୍‌ ଦ୍ୱିତୀୟ ସ୍ଥାନରେ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହେନ୍ଦ୍ର ତେଜା ମେକଲା, ଏସ୍‌ପିକେ ଅରୁଲ ଆନନ୍ଦ, ଫିଡେ ମାଷ୍ଟର ଆର୍ଯ୍ୟନ ବର୍ଷନୀ ଓ ସୌମ୍ୟ ରଞ୍ଜନ ମିଶ୍ର, ଓମ୍‌ ନିଲେଶ୍‌ ଦେଓରୁଖକର, ଦେବୀ ପ୍ରସାଦ ନାୟକ, ଆଦିତ୍ୟ ଜେନା, ଶ୍ରବଣ ବଳରାମ ଟପ୍‌-୧୦ରେ ରହିଥିଲେ। ଏହା ବ୍ୟତୀତ ବିଭିନ୍ନ ବୟସ ବର୍ଗର ଶ୍ରେଷ୍ଠ ଖେଳାଳିଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ପୁଣେର ପି. ନନ୍ଦନୀ ଶ୍ରେଷ୍ଠ ମହିଳା ଓ ୬୮ ବର୍ଷୀୟ ଭୁବନେଶ୍ୱରର ଭୀମସେନ ପ୍ରଧାନ ଶ୍ରେଷ୍ଠ ଭେଟେରାନ ଖେଳାଳି ପୁରସ୍କାର ପାଇଥିଲେ। ଗୁଗୁଲ ମିଟ୍‌ ମାଧ୍ୟମରେ ପ୍ରତିଯୋଗିତା ଉଦ୍‌ଘାଟନ କରାଯାଇଥିଲା। ବିଜେଡି ରାଜ୍ୟ ସମ୍ପାଦକ ଅମରଜିତ ସେନାପତି ଓ ସିଡ୍ରିମ୍‌ଜ୍‌ ଇ-କମର୍ସର ପରିଚାଳନା ନିର୍ଦ୍ଦେଶକ ଚିତ୍ତରଞ୍ଜନ ଦେବତା ଅତିଥିଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆୟୋଜକ ଆସୋସିଏଶନ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ, ଭୁବନେଶ୍ୱର ଚେସ୍‌ ଆସୋସିଏଶନ ନିର୍ଦ୍ଦେଶକ ଦୀପକ କୁମାର ପଲାଇ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?