ବିଦ୍ୟାଳୟ ପ୍ରବେଶ ପଥରେ ମୁକୁଳା ଡ୍ରେନ୍‌

ଚମ୍ପୁଆ,୧୫ା୧୨(ଡି.ଏନ୍‌.ଏ): ଶିକ୍ଷାର ବିକାଶ ପାଇଁ ସରକାରୀସ୍ତରରେ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ଅନେକ ବିଦ୍ୟାଳୟକୁ ୫-ଟିରେ ସାମିଲ କରାଯାଇ ଏହାର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ଏହାର ବିପରୀତ ପ୍ରତିବିମ୍ବ ଦେଖିବାକୁ ମିଳିଛି ଚମ୍ପୁଆ ବ୍ଲକ୍‌ ଅନ୍ତର୍ଗତ କାଳିକାପ୍ରସାଦ ପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ଚତିରି ସାହି କ୍ଷେତ୍ରରେ। ବିଦ୍ୟାଳୟ ଆଗରେ ମୁକୁଳା ଡ୍ରେନ୍‌ ଥିବା ବେଳେ ତା ଉପରେ ଏକ ପଟା ପକାଯାଇ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଅଭିଯୋଗ କଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହେଉଛି।

ସୂଚନାଯୋଗ୍ୟ, ୨ ବର୍ଷ ପୂର୍ବେ କରୋନା ସମୟରେ ଉକ୍ତ ବିଦ୍ୟାଳୟ ସମ୍ମୁଖରେ ପ୍ରଶାସନ ପକ୍ଷରୁ ଏକ ଡ୍ରେନ ନିର୍ମାଣ କରାଯାଇଥିଲା। ମହାମାରୀ ସ୍ବଭାବିକ ହେବା ପରେ ପ୍ରାଥମିକ ବିଦ୍ୟାଳୟ ଖୋଲାଯାଇଥିଲେ ମଧ୍ୟ ମୁଖ୍ୟ ଗେଟକୁ ଲାଗି ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଯାଇ ନ ଥିଲା। ନିର୍ମାଣର ୨ ବର୍ଷ ପରେ ମଧ୍ୟ ସ୍ଲାବ୍‌ ନ ପଡ଼ିବାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ଅଧୟନରତ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହୋଇ ଯାତାୟାତ କରୁଛନ୍ତି। ଏ ନେଇ ବିଦ୍ୟାଳୟ ପକ୍ଷରୁ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆ ଯାଇଥିଲେ ମଧ୍ୟ ସ୍ଲାବ୍‌ ହୋଇପାରିନାହିଁ। ବାଧ୍ୟ ହୋଇ ବିଦ୍ୟାଳୟର ଶିକ୍ଷକମାନେ କାଠପଟା ପକାଇ ଅସ୍ଥାୟୀ ପୋଲ ନିର୍ମାଣ କରି କାମ ଚଳାଉଛନ୍ତି। ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ କହିଛନ୍ତି, ମୋ ନଜରକୁ ଏହା ଆସି ନାହିଁ। ସ୍ଥାନୀୟ ସରପଞ୍ଚକୁ କହି ଏହାର ସମାଧାନ କରାଯିବ ବୋଲି କହିଥିଲେ। କାଳିକାପ୍ରସାଦ ସରପଞ୍ଚ ପୂର୍ଣ୍ଣିମା ଗୁରୁ କହିଛନ୍ତି, ଘଟଣା ନଜରକୁ ଆସିଛି। ଶୀଘ୍ର ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍

ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?