ବିଦ୍ୟାଳୟ ପ୍ରବେଶ ପଥରେ ମୁକୁଳା ଡ୍ରେନ୍‌

ଚମ୍ପୁଆ,୧୫ା୧୨(ଡି.ଏନ୍‌.ଏ): ଶିକ୍ଷାର ବିକାଶ ପାଇଁ ସରକାରୀସ୍ତରରେ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ଅନେକ ବିଦ୍ୟାଳୟକୁ ୫-ଟିରେ ସାମିଲ କରାଯାଇ ଏହାର ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ଏହାର ବିପରୀତ ପ୍ରତିବିମ୍ବ ଦେଖିବାକୁ ମିଳିଛି ଚମ୍ପୁଆ ବ୍ଲକ୍‌ ଅନ୍ତର୍ଗତ କାଳିକାପ୍ରସାଦ ପଞ୍ଚାୟତର ସରକାରୀ ପ୍ରାଥମିକ ବିଦ୍ୟାଳୟ ଚତିରି ସାହି କ୍ଷେତ୍ରରେ। ବିଦ୍ୟାଳୟ ଆଗରେ ମୁକୁଳା ଡ୍ରେନ୍‌ ଥିବା ବେଳେ ତା ଉପରେ ଏକ ପଟା ପକାଯାଇ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଅଭିଯୋଗ କଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହେଉଛି।

ସୂଚନାଯୋଗ୍ୟ, ୨ ବର୍ଷ ପୂର୍ବେ କରୋନା ସମୟରେ ଉକ୍ତ ବିଦ୍ୟାଳୟ ସମ୍ମୁଖରେ ପ୍ରଶାସନ ପକ୍ଷରୁ ଏକ ଡ୍ରେନ ନିର୍ମାଣ କରାଯାଇଥିଲା। ମହାମାରୀ ସ୍ବଭାବିକ ହେବା ପରେ ପ୍ରାଥମିକ ବିଦ୍ୟାଳୟ ଖୋଲାଯାଇଥିଲେ ମଧ୍ୟ ମୁଖ୍ୟ ଗେଟକୁ ଲାଗି ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଯାଇ ନ ଥିଲା। ନିର୍ମାଣର ୨ ବର୍ଷ ପରେ ମଧ୍ୟ ସ୍ଲାବ୍‌ ନ ପଡ଼ିବାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ଅଧୟନରତ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହୋଇ ଯାତାୟାତ କରୁଛନ୍ତି। ଏ ନେଇ ବିଦ୍ୟାଳୟ ପକ୍ଷରୁ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆ ଯାଇଥିଲେ ମଧ୍ୟ ସ୍ଲାବ୍‌ ହୋଇପାରିନାହିଁ। ବାଧ୍ୟ ହୋଇ ବିଦ୍ୟାଳୟର ଶିକ୍ଷକମାନେ କାଠପଟା ପକାଇ ଅସ୍ଥାୟୀ ପୋଲ ନିର୍ମାଣ କରି କାମ ଚଳାଉଛନ୍ତି। ଏ ନେଇ ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ନାଏକଙ୍କୁ ପଚାରିବାରୁ କହିଛନ୍ତି, ମୋ ନଜରକୁ ଏହା ଆସି ନାହିଁ। ସ୍ଥାନୀୟ ସରପଞ୍ଚକୁ କହି ଏହାର ସମାଧାନ କରାଯିବ ବୋଲି କହିଥିଲେ। କାଳିକାପ୍ରସାଦ ସରପଞ୍ଚ ପୂର୍ଣ୍ଣିମା ଗୁରୁ କହିଛନ୍ତି, ଘଟଣା ନଜରକୁ ଆସିଛି। ଶୀଘ୍ର ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri