ବିପଦ ସାଜିଛି ମୁକୁଳା ଡ୍ରେନ୍‌

କାଏମା,୮ା୧୦(ଶିବପ୍ରସାଦ ମହାନ୍ତି):ମୁକୁଳା ଡ୍ରେନ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ ଘଟୁଛି। ଡ୍ରେନ୍‌ରେ ପଡ଼ି ଲୋକେ ମୃତାହତ ହେଉଛନ୍ତି। ଏହାସତ୍ତ୍ୱେ ଅଘଟଣ ଏଡାଇବା ପାଇଁ ପ୍ରଶାସନର ଚେତା ପଶୁନାହିଁ। ଏବେ ମଧ୍ୟ ଅନେକ ସ୍ଥାନରେ ଡ୍ରେନଗୁଡ଼ିକ ମୁକୁଳା ଅବସ୍ଥାରେ ରହିଛି। ଧର୍ମଶାଳା ବ୍ଲକ୍‌ର ଜାରକା ବଜାର ମଧ୍ୟ ଏଥିରୁ ବାଦ ପଡ଼ିନାହିଁ। ଜାରକା ଅଞ୍ଚଳର ୧୬ନମ୍ବର ଜାତୀୟ ରାଜପଥ ପାର୍ଶ୍ୱର ଦୁଇ ଘରୋଇ ସ୍କୁଲ ନିକଟରେ ନିର୍ମିତ ଡ୍ରେନ୍‌ର କିଛି ସ୍ଥାନ ମୁକୁଳା ହୋଇ ପଡ଼ିଛି। ଢାଙ୍କୁଣି ସମ୍ପୂର୍ଣ୍ଣ ଭାବେ ଘୋଡ଼ା ହୋଇନାହିଁ। ଅନ୍ୟ ଏକ ସ୍ଥାନରେ ବହୁ ଦିନ ହେବ ଡ୍ରେନ୍‌ ଢାଙ୍କୁଣୀ ଭାଙ୍ଗିଯାଇଛି। ଏହି ରାସ୍ତା ଦେଇ ପ୍ରତ୍ୟେକଦିନ ଛୋଟ ପିଲା ସ୍କୁଲକୁ ଯିବା ଆସିବା କରନ୍ତି। ତେଣୁ ସେମାନେ ବହୁ ସମୟରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ଏହାଛଡ଼ା ସେଠାର ବହୁ ଗାଡ଼ି ଗ୍ୟାରେଜ, ଚକ୍ଷୁ ହସ୍ପିଟାଲ ରହିଥିବାରୁ ଅନେକ ସମୟରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳେ। ସେହିପରି ମୁକୁଳା ଡ୍ରେନରେ ବିଭିନ୍ନ ସମୟରେ ଗୋରୁ ପଡ଼ି ଆହତ ହେଉଛନ୍ତି। ଲୋକେ ମଧ୍ୟ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ତେଣୁ ଏ ଦିଗରେ ଦୃଷ୍ଟିଦେବାକୁ ସ୍ଥାନୀୟ ବାସିନ୍ଦା ଓ ବ୍ୟବସାୟୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?