ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ ଅମଳ ହୋଇଥିଲେ ମଧ୍ୟ ସରକାର ଆଜି ଯାଏ ମଣ୍ଡି ଖୋଲିନାହାନ୍ତି। ଫଳରେ ଚାଷୀ ତାଙ୍କ ଅମଳ ଧାନ ବିକ୍ରିକରି ନ ପାରି ଖୋଲା ଆକାଶ ତଳେ ପକାଇ ରଖିଛନ୍ତି। ଅନ୍ୟପକ୍ଷରେ ପଟ୍ଟାମୁଣ୍ଡାଇରେ ଥିବା କୃଷି ସମବାୟ ଏକ ପ୍ରକାର ସ୍ଥାଣୁ ପାଲଟିଥିବା ବେଳେ ସମ୍ପାଦକଙ୍କ ମନମୁଖି କାର୍ଯ୍ୟକଳାପ ପାଇଁ ବହୁ ଚାଷୀ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇ ଧାରକରଜ କରି ଚାଷ କରିଥିଲେ। ଧାର ଅର୍ଥ ଶୁଝିବାକୁ ଅମଳ ଧାନ ବାହାର ବେପାରୀଙ୍କୁ ବହୁ କମ୍‌ ମୂଲ୍ୟରେ ମପେଇ ଦେଉଛନ୍ତି। ଯାହାକୁ ନେଇ ସରକାରଙ୍କ କୃଷିନୀତି ଉପରେ ପ୍ରଶ୍ନ ଉଠି କୃଷକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ତେବେ ତୁରନ୍ତ ମଣ୍ଡି ଖୋଲିବା ନେଇ କୃଷକ ସଙ୍ଗଠନ ପକ୍ଷରୁ ଦାବି କରାଯାଉଛି।
ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦାଶରଥି ସାହୁ, ଦୋଳଗୋବିନ୍ଦ ସାହୁ, ଅକ୍ରୂର ପଲାଇ, ଶିଶିର ଓଝା, କୃଷକ ନେତା ବିଜୟ ଦାସ, ପ୍ରକାଶ ମହାନ୍ତି ପ୍ରମୁଖ କହିଛନ୍ତି, ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ଏ ନେଇ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ୧୬ ଟି ପାକ୍ସ କାର୍ଯ୍ୟ କରୁଥିବା ବେଳେ ବିଭିନ୍ନ କାରଣରୁ ପଟ୍ଟାମୁଣ୍ଡାଇ ସମିତି ବନ୍ଦ ରହିଛି। ଅନ୍ୟ ପାକ୍ସରେ ଗଫଲତି, ଋଣ ଅଣଦାୟ ଇତ୍ୟାଦି ଚରମ ଅବହେଳାରେ ପଡିଛି। ଚଳିତବର୍ଷ ଧାନଚାଷ ଆରମ୍ଭରୁ ଚାଷୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୁଣି ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇ ପାରି ନ ଥିବା ଅଭିଯୋଗ ହୋଇଥିଲା। ତେଣୁ ଚାଷୀ ଧାରକରଜ କରି ଚାଷ କରିଥିଲେ। ଚାଷପାଇଁ ହେଉ କି ନିଜର ଆବଶ୍ୟକତାକୁ ପୂରଣ କରିବାକୁ ଓ ଧାର କରଜ ଶୁଝିବା ଚିନ୍ତାରେ ଚାଷୀ ବାଧ୍ୟ ହୋଇ କମ୍‌ ଦରରେ ଧାନ ବିକ୍ରି କରୁଥିବା ଦେଖିବାକୁ ମିଳୁଛି। ଅନ୍ୟପକ୍ଷରେ ବହୁ ସମବାୟ ସମିତି ସମ୍ପାଦକଙ୍କ ଅବହେଳାରୁ ବହୁ ଚାଷୀଙ୍କ ନାମ ତାଲିକାରେ ପଞ୍ଜୀକରଣ କରାଯାଇନାହିଁ। ଏ ନେଇ ଅନେକ ସମୟରେ ଚାଷୀଙ୍କ ପକ୍ଷରୁ ଆନ୍ଦୋଳନ ହୋଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସମାଧାନ କରାଯାଇନାହିଁ। ଏପରି କି ନକଲି ପଟ୍ଟା ଜରିଆରେ କୃଷି ଋଣ ଆବଣ୍ଟନ, ଧାନ ଟୋକନ ପ୍ରଦାନରେ ବି ପ୍ରିୟାପ୍ରୀତି ତୋଷଣ କରିଥିବା ସଂକ୍ରାନ୍ତରେ ପୂର୍ବରୁ ଗଣମାଧ୍ୟମରେ ଖବର ମଧ୍ୟ ପ୍ରକାଶ ପାଇଥିଲା। ତେବେ ସମ୍ପାଦକମାନେ ରାଜନୈତିକ ସମ୍ପର୍କ ବ୍ୟବହାରକରି ଚତୁରତାର ସହ ଦୁର୍ନୀତି କରିଚାଲିଛନ୍ତି। ଏଠାରେ ଥିବା ସମବାୟଗୁଡିକରେ ଦୁର୍ନୀତି ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଥିଲେ ହେଁ କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଅପରପକ୍ଷେ ଏଯାଏ ଚଳିତ ଖରିଫ ବର୍ଷର ମଣ୍ଡି ଖୋଲିଲା ନାହିଁ। ତେବେ କେଉଁ କାରଣରୁ ଧାନମଣ୍ଡି ଖୋଲାଯାଇ ପାରିନାହିଁ ସେ ନେଇ କେହି ମୁହଁ ଖୋଲୁନାହାନ୍ତି। ଚାଷୀ ଅମଳ କରିଥିବା ଧାନ ଖଳା ଏବଂ ରାସ୍ତାକଡ଼ରେ ପଡ଼ିରହିଛି। ମାତ୍ର ବାହାର ବ୍ୟବସାୟୀ ସକ୍ରିୟ ହୋଇ ଚାଷୀମାନଙ୍କଠାରୁ ବହୁ କମ୍‌ ମୂଲ୍ୟରେ ଧାନ କିଣିବା ଆରମ୍ଭ କରିଛନ୍ତି। ଫଳରେ ମଣ୍ଡି ଉପରେ ଭରସା ନ କରି ଚାଷୀମାନେ ସରକାରୀ ଧାର୍ଯ୍ୟ ମୂଲ୍ୟଠାରୁ କମ୍‌ ଦରରେ ବେପାରୀଙ୍କୁ ଧାନ ବିକ୍ରି କରୁଥିବା ଦେଖିବାକୁ ମିଳିଛି। ଟୋକନ ବ୍ୟବସ୍ଥାରୁ ଆସ୍ଥା ତୁଟିଗଲାଣି ବୋଲି ବହୁ ଚାଷୀ କହିଛନ୍ତି। ଜିଲା ଓ ବ୍ଲକ୍‌ ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବା ସହ ବ୍ଲକ୍‌ରେ ତୁରନ୍ତ ମଣ୍ଡି ଖୋଲିବାକୁ ପଦକ୍ଷେପ ନିଆଯାଉ ବୋଲି ସେମାନେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

Budget 2026: ଶସ୍ତା ହେଲା ଜୋତା ମହଙ୍ଗା ହେଲା ମଦ, ଜାଣନ୍ତୁ ଏଥର ବଜେଟରେ କ’ଣ ହେଲା ଶସ୍ତା

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କ୍ରମାଗତ ନବମ ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ସାଧାରଣ ଜନତାଙ୍କ ପାଇଁ ସବୁଠାରୁ ବଡ଼ ଏବଂ…

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri