ବୋତଲରେ ଖୋଲା ପେଟ୍ରୋଲ, ଡିଜେଲ ମନା ପ୍ରସଙ୍ଗ: ସନ୍ଧ୍ୟା ୫ଟାରେ ଆସିବ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୨୧।୭: ବୋତଲରେ ପେଟ୍ରୋଲ, ଡିଜେଲ ମନା ପ୍ରସଙ୍ଗ ନେଇ ସୋମବାର ସନ୍ଧ୍ୟାରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ବୈଠକ ଡକାଇଛନ୍ତି। ଏହି ବୈଠକ ଲୋକସେବା ଭବନରେ ବସିବ।

ବୈଠକରେ ପେଟ୍ରୋଲ ପମ୍ପ ସଂଘ ଏବଂ ବିଭାଗୀୟ ଅଧିକାରୀ ସାମିଲ ହେବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ବୈଠକରେ କୃଷକ, ନୌକା ଚାଳକ ଜେନେରେଟର ପାଇଁ କିପରି ପାଇବେ ତେଲ ପାଇବେ ସେନେଇ ଆଲୋଚନା କରାଯିବ। ଅନ୍ୟପକ୍ଷେ ଏକ ନୂଆ ଗାଇଡଲାଇନ ଆସିବ ବୋଲି ମନ୍ତ୍ରୀ କହିଛନ୍ତି।

ଓଡ଼ିଶାରେ ପେଟ୍ରୋଲ ପମ୍ପଗୁଡ଼ିକରେ ଖୋଲା ବୋତଲ କିମ୍ବା ପାତ୍ରରେ ପେଟ୍ରୋଲ ଦିଆଯିବ ନାହିଁ ବୋଲି ଓଡ଼ିଶା ପେଟ୍ରୋଲିୟମ ଡିଲରସ ଆସୋସିଏଶନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏପରିକି କେବଳ ଗାଡ଼ିର ଇନ୍ଧନ ଟାଙ୍କିରେ ହିଁ ପେଟ୍ରୋଲ ଭରାଯିବ। ଏହି ନିଷ୍ପତ୍ତି ଜୁଲାଇ ୨୧, ୨୦୨୫ରୁ କାର୍ଯ୍ୟକାରୀ ହେବ ବୋଲି ଓଡ଼ିଶା ପେଟ୍ରୋଲିୟମ ଡିଲରସ ଆସୋସିଏଶନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁଙ୍କ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।

ସାହୁ କହିଛନ୍ତି , ପୂର୍ବରୁ ମଧ୍ୟ ଏହି ନିୟମ ଥାଇ ପାଳନ ହେଉ ନ ଥିବା ଦେଖାଯାଇଥିଲା। ବାଲେଶ୍ୱର ଏବଂ ବଳଙ୍ଗାରେ ସମ୍ପ୍ରତି ଘଟିଥିବା ଅଘଟଣ ପରେ ଏହି ନିୟମକୁ କଡ଼ାକଡ଼ି ପାଳନ କରିବାକୁ ପେଟ୍ରୋଲିୟମ ଡିଲରସ ଆସୋସିଏଶନ ନିଷ୍ପତ୍ତି ନେଇଥିଲା। ଖୋଲା ପାତ୍ରରେ ପେଟ୍ରୋଲ ଦେବା ଯୋଗୁ ଅଗ୍ନିକାଣ୍ଡ ଏବଂ ଅନ୍ୟାନ୍ୟ ଅଘଟଣ ଘଟୁଥିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି।

ବାଲେଶ୍ୱର ଓ ବଳଙ୍ଗାରେ ଘଟିଥିବା ଅଘଟଣ ସମ୍ପର୍କରେ ସୂଚନା ଅନୁଯାୟୀ, ଖୋଲା ପାତ୍ରରେ ପେଟ୍ରୋଲ ନେବା ସମୟରେ ଅସାବଧାନତା ଯୋଗୁ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଜନମାନସରେ ଆତଙ୍କ ସୃଷ୍ଟି କରିଥିଲା। ଏହି ଘଟଣାଗୁଡ଼ିକ ପେଟ୍ରୋଲ ପମ୍ପ କର୍ମଚାରୀ ଓ ଗ୍ରାହକଙ୍କ ସୁରକ୍ଷା ପ୍ରତି ପ୍ରଶ୍ନ ଉଠାଇଥିଲା। ତେଣୁ, ଏହାକୁ ରୋକିବା ପାଇଁ ଆସୋସିଏଶନ ଏହି କଡ଼ା ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି।

ଏହା ସହିତ, ପେଟ୍ରୋଲ ପମ୍ପ କର୍ମଚାରୀମାନଙ୍କୁ ମଧ୍ୟ ନିୟମ ପାଳନ କରିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଗ୍ରାହକମାନଙ୍କୁ ମଧ୍ୟ ନିୟମ ପାଳନ କରି କେବଳ ଗାଡ଼ିରେ ପେଟ୍ରୋଲ ଭରିବାକୁ ଅନୁରୋଧ କରାଯାଇଛି। ଏହା ଦ୍ୱାରା ସୁରକ୍ଷା ସହ ପେଟ୍ରୋଲ ପମ୍ପରେ ଅଘଟଣ ରୋକିବାରେ ସହାୟକ ହେବ ବୋଲି ଆସୋସିଏସନ ଆଶା ବ୍ୟକ୍ତି କରିଛି।

ଏହି ନିଷ୍ପତ୍ତି ରାଜ୍ୟର ପ୍ରାୟ ୩,୦୦୦ରୁ ଅଧିକ ପେଟ୍ରୋଲ ପମ୍ପ ଏବଂ ୩ଟି ଡିପୋରେ ଲାଗୁ ହେବ। ପେଟ୍ରୋଲିୟମ ଡିଲରସ ଆସୋସିଏଶନ ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ସମସ୍ତ ପେଟ୍ରୋଲ ପମ୍ପ ମାଲିକ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri