ନମ୍ବର ପ୍ଲେଟ ଖୋଲି ମୋରମ ଚୋରାଚାଲାଣ

ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ଜଳେଶ୍ୱର ବ୍ଲକ ରାଇବଣିଆର ବିଭିନ୍ନ ଜଙ୍ଗଲ ଅଞ୍ଚଳରୁ ପଶ୍ଚିମବଙ୍ଗକୁ ବ୍ୟାପକ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ମୋରମ ଖନନ ଓ ପରିବହନ ପାଇଁ କେତେକ ସରକାରୀ କଟକଣା ଥିଲାବେଳେ କେତେକ ର଼୍ୟାକେଟ ଖୁଲମଖୁଲା ଚାଲାଣ କରୁଥିବା କେତେକ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ରାଇବଣିଆର ଉତ୍ତର ଓ ପୂର୍ବ ଦିଗରେ ସୁବର୍ଣ୍ଣରେଖା ପ୍ରବାହିତ ହେଉଥିବାରୁ ଏହି ଅଞ୍ଚଳ ପାହାଡିଆ ଅଟେ। ସେ ଅଞ୍ଚଳର ମୋରମ ସରକାରୀ ନିଲାମ ଦିଆଯାଇ ନ ଥିବା ବେଳେ ସେଠାରୁ ଚୋରାରେ ଚାଲାଣ ହୋଇଆସୁଛି। ବରଡିହା ପଞ୍ଚାୟତର ରାଇଶୋଳ ଗ୍ରାମ ନିକଟରୁ ଚୋରାରେ ମୋରମ ପଶ୍ଚିମବଙ୍ଗକୁ ଚାଲାଣ ହେଉଛି। ଦିବାରାତ୍ର କେତେକ ଡମ୍ପର ରାଇଶୋଳରୁ ଭାୟା ଅଗ୍ରୱାଲା ଛକ ଦେଇ ୬୦ନଂ ଜାତୀୟ ରାଜପଥରେ ପଶ୍ଚିମବଙ୍ଗକୁ ଚାଲାଣ କରୁଛନ୍ତି। ଏଥିନିମନ୍ତେ ତହସିଲ କାର୍ଯ୍ୟାଳୟର କେତେକ କର୍ମଚାରୀ ସମ୍ପୃକ୍ତ ଥିବା କୁହାଯାଇଛି। କୌଣସି ସ୍ଥାନରୁ ଖବରପାଇ ରାଜସ୍ବ ବିଭାଗର କର୍ମକର୍ତ୍ତା ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଅଭିଯୁକ୍ତମାନେ ଜାଣିପାରୁଥିବା ଯୋଗୁ କର୍ମଚାରୀଙ୍କ ସମ୍ପୃକ୍ତିକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଡମ୍ପରଗୁଡିକ ଜଣା ନ ଯିବା ଲାଗି ନମ୍ବର ପ୍ଲେଟ ଖୋଲି ଏପରି ଚୋରାଚାଲାଣ ହେଉଥିବା କୁହାଯାଉଛି। କେବଳ ବରଡିହା ନୁହେଁ, ଶ୍ୟାମନଗର, ସର୍ଦ୍ଦାରବନ୍ଧ ଓ ରାଇବଣିଆ ପଞ୍ଚାୟତର କେତେକ ଜଙ୍ଗଲ ଅଞ୍ଚଳରୁ ଏପରି ଚୋରାଚାଲାଣ ହୋଇଆସୁଥିବା କୁହାଯାଇଛି। ଉପରୋକ୍ତ ୩ପଞ୍ଚାୟତରୁ ଅଧିକ ମୋରମ ନୟାଗ୍ରାମ ଥାନାକୁ ଚୋରାରେ ଯାଉଥିବା ସ୍ଥାନୀୟ ଲୋକେ କହିଛନ୍ତି।  ବାଲି ଓ ମୋରମ ଚୋରାଚାଲାଣ ରୋକିବା ଲାଗି ଟାକ୍ସଫୋର୍ସ ଗଠନ ଲାଗି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri