ସ୍କୁଲ୍‌, କଲେଜ ଆଗରେ ମୁକୁଳା ଟ୍ରାନ୍ସଫର୍ମର

ସାରସକଣା/ ଗୋପବନ୍ଧୁ ନଗର,୨୯ା୧୧(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମୁକୁଳା ହୋଇପଡ଼ିଛି। ବିଷେତଃ ଏହା ସ୍କୁଲ୍‌ ପରିସର ଓ କଲେଜ ଆଗରେ ଥିବାରୁ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏଥିସହ ଖୁଣ୍ଟା ବ୍ଲକ୍‌ ପ୍ରବେଶ ପଥରେ ମୁକୁଳା ଟ୍ରାନ୍ସଫର୍ମର ବିପଦକୁ ନିମନ୍ତ୍ରଣ କରୁଛି। ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଧ୍ୟାନଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଯେ, ସାରସକଣା ମୁରୁଣିଆ ପଞ୍ଚାୟତ ମହୁଲବରେଇ ଗ୍ରାମର ଶରତପାଳ ମହାବିଦ୍ୟାଳୟ ସମ୍ମୁଖ ରାସ୍ତାକଡ଼ରେ ମୁକୁଳା ଟ୍ରାନ୍ସଫର୍ମର ରହିଛି। ଉକ୍ତ ରାସ୍ତା ଦେଇ ଛାତ୍ରୀଛାତ୍ର ଯାତାୟାତ କରୁଛନ୍ତି। ଏହାକୁ ସ୍ଥାନାନ୍ତର କରାଯିବା ଆବଶ୍ୟକ ବୋଲି ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ସାହୁ କହିଛନ୍ତି। ସେହିଭଳି ଉମାଦେଇପୁର ପଞ୍ଚାୟତର ଶଂଶାନଦୀ ଓ ଭଣ୍ଡାରିକୁଡ଼ା ଗ୍ରାମରେ ଥିବା ଶଂଶାନଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଖେଳପଡ଼ିଆ କଡ଼ରେ ଏକ ଟ୍ରାନ୍ସଫର୍ମର ମୁକୁଳା ଅବସ୍ଥାରେ ପଡ଼ିରହିଛି। ବିଦ୍ୟାଳୟକୁ ଯାଉଥିବା ଶିଶୁମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହାକୁ ସ୍ଥାନାନ୍ତର କରାଯିବା ଆବଶ୍ୟକ। ଟାଟା ପାୱାର ଅଧିକାରୀମାନେ ଏହାକୁ ନଜର ଦେବାକୁ ଗ୍ରାମର ୱାର୍ଡ ସଭ୍ୟ ତାପସୀ ମୁଣ୍ଡା, ନାଏବ ସରପଞ୍ଚ ଭାସ୍କର ନାଏକ, ମହେନ୍ଦ୍ର ମହାନ୍ତ ଦାବି କରିଛନ୍ତି।
ଅନୁରୂପ ଖୁଣ୍ଟା ବ୍ଲକ୍‌ ମୁଖ୍ୟ ଫାଟକ ଆଗରେ ଥିବା ମୁକୁଳା ବିପଦସଙ୍କୁଳ ଟ୍ରାନ୍ସଫର୍ମରକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକ୍‌ କାର୍ଯ୍ୟାଳୟକୁ ହଜାର ହଜାର ଲୋକ ବିଭିନ୍ନ କାର୍ଯ୍ୟରେ ଆସୁଥିବା ବେଳେ ଟ୍ରାନ୍ସଫର୍ମରକୁ ଲାଗି ଦୋକାନ ମଧ୍ୟ ରହିଛି। ବ୍ଲକ୍‌ କାର୍ଯ୍ୟାଳୟ ଫାଟକ ନିକଟରୁ ମାତ୍ର ୩/୪ ହାତ ଦୂରରେ ରହିଥିଲେ ହେଁ କାହାର ନଜର ପଡ଼ୁନି। ଏଥିସହ ବ୍ଲକ୍‌ଠାରୁ ବିଦ୍ୟୁତ୍‌ ମୁଖ୍ୟ କାର୍ଯ୍ୟାଳୟ ଓ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ୫ଶହ ମିଟର ଦୂର ହୋଇଥିଲେ ମଧ୍ୟ ଏଥି ପ୍ରତି ଦୃଷ୍ଟି ନ ପଡ଼ିବା ପରିତାପର ବିଷୟ। ଏଣୁ ଧନ ଜୀବନ ସୁରକ୍ଷା ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଯଥା ଶୀଘ୍ର ଏଥିପ୍ରତି ଦୃଷ୍ଟିଦେବାକୁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?