ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର

ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍‌ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି। ନାଉଗାଁ ବ୍ଲକର ଅନେକ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ମୁକୁଳା ରହିଛି।

ଏହାର ଉଦାହରଣ ତିରୁଣା-ଗଙ୍ଗଦାକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କର ପାଇକସାହି ପାର୍ଶ୍ୱରେ ଦେଖିବାକୁ ମିଳିଛି। ଏଠାରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଚତୁଃପାର୍ଶ୍ୱରେ ତାର ବାଡ଼ ଲଗାଯାଇନାହିଁ। ଏହା ଜନବସତି ନିକଟରେ ଥିବାରୁ ବିପଦ ଆଶଙ୍କା ରହିଛି। ବହୁ ସମୟରେ ଏହି ରାସ୍ତା ଦେଇ ଶହ ଶହ ଲୋକଙ୍କ ସମେତ ଗୃହପାଳିତ ପ୍ରାଣୀ ଯାତାୟାତ କରନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏଠାରେ ସରକାରୀ ନିୟମର ଉଲ୍ଲଂଘନ କରାଯାଉଥିବା ଅଭିଯୋଗ କରି ତୁରନ୍ତ ଟ୍ରାନ୍ସଫର୍ମରର ଚତୁଃପାର୍ଶ୍ୱକୁ ଆବଦ୍ଧ କରିବାକୁ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ପ୍ରଶାସନ ନିକଟରେ ଦାବି ହୋଇଛି।

ଏ ସମ୍ପର୍କରେ ବିଦ୍ୟୁତ୍‌ ସେବା ପ୍ରଦାନ କରୁଥିତ୍ବା ଟାଟା ପାଓ୍ବାରର ଲିଡ୍‌ ମ୍ୟାନେଜର ଦୀପକ ଭୂଇଁ କହିଛନ୍ତି, ସେ ଏବିଷୟରେ ଅବଗତ ନ ଥିଲେ। ଖୁବ୍‌ଶୀଘ୍ର ଏହାକୁ ଆବଦ୍ଧ କରିବା ପାଇଁ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri