ଜନବସତିରେ ମୁକୁଳା ଟ୍ରାନ୍ସଫର୍ମର: ଲୋକେ ଭୟଭୀତ

କୋକସରା,୨୧ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ରେଙ୍ଗାଳପାଲି ପଞ୍ଚାୟତ ଡଙ୍ଗରିଗୁଡ଼ା ଗ୍ରାମ ଜନବସତି ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ମୁକୁଳା ଅବସ୍ଥାରେ ରହି ବିପଦ ସୃଷ୍ଟି କରୁଛି। ଗ୍ରାମର ମୁଖ୍ୟ ରାସ୍ତାକଡ଼ରେ ଥିବା ଟ୍ରାନ୍ସଫର୍ମର ନିକଟରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଜଗନ୍ନାଥ ମନ୍ଦିର ରହିଛି। ଏହି ରାସ୍ତାଦେଇ ଛାତ୍ରୀଛାତ୍ର ଯାତାୟାତ କରୁଥିବା ବେଳେ ଗ୍ରାମର ଗୃହପାଳିତ ପଶୁଙ୍କ ପାଇଁ ମଧ୍ୟ ବିପଦ ରହିଛି। ପୂର୍ବରୁ ଏ ନେଇ ବିଦ୍ୟତ୍‌ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ ଜନସାଧାରଣ ଓ ଗୃହପାଳିତ ପଶୁଙ୍କ ସୁରକ୍ଷା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବା ଗ୍ରାମବାସୀ କହିଛନ୍ତି। ଏ ନେଇ କୋକସରା ସେକ୍ସନ ଟାଟା ପାୱାର କନିଷ୍ଠ ଯନ୍ତ୍ରୀ ବ୍ରଜମୋହନ ଦଳେଇଙ୍କ ପ୍ରତିକ୍ରିୟା ନେବାରୁ ଶୀଘ୍ର ଟ୍ରାନ୍ସଫର୍ମର ଚାରିକଡ଼େ ପାଚେରି ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri