୨ ଦିନ ପରେ ଖୋଲିଲା ବିଦ୍ୟାଳୟ ତାଲା

ଭଞ୍ଜନଗର,୩୦।୯(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ଗ୍ରାମବାସୀ ଦୁଇଦିନ ହେଲା ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ଜିଦ୍‌ ଧରିଥିଲେ। ଖବରପାଇ ବିଇଓ ଏସ୍‌.ଧନଞ୍ଜୟ ବିଦ୍ୟାଳୟରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ସହ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଶୁକ୍ରବାର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ଭାଲିଆଖାଇ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅବ୍ୟବସ୍ଥା ସାଙ୍ଗକୁ ବିଭିନ୍ନ ସମୟରେ ଛାତ୍ରୀଛାତ୍ରଙ୍କ ପାଇଁ ଆସୁଥିବା ବିଭିନ୍ନ ସରକାରୀ ସୁବିଧା ଠିକ୍‌ ଭାବେ ମିଳୁନାହିଁ। ପରୀକ୍ଷା ବେଳେ ଶ୍ରେଣୀ ପିଛା ଗୋଟିଏ ପ୍ରଶ୍ନପତ୍ରରେ କାମ ଚଳାଇ ଦିଆଯାଉଛି। ଏ ନେଇ ଅଭିଭାବକମାନେ ପୂର୍ବରୁ ବହୁବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇପାରି ନ ଥିଲା। ଏପରିକି ବୁଧବାରଠାରୁ ବିଦ୍ୟାଳୟରେ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଗୋଟିଏ ଶ୍ରେଣୀକୁ ଗୋଟିଏ ପ୍ରଶ୍ନପତ୍ରରେ ପିଲାଙ୍କୁ ପରୀକ୍ଷା ଦେବାକୁ କୁହାଯାଇଥିଲା । ପିଲାମାନେ ପରୀକ୍ଷା ଦେଇ ଫେରିବା ପରେ ଏ ସମ୍ପର୍କରେ ଅଭିଭାବକଙ୍କୁ ଜଣାଇଥିଲେ। ଏଥିରେ ଉତ୍ତେଜିତ ହୋଇ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଶୁକ୍ରବାର ପୁଣି ଆନ୍ଦୋଳନରେ ବସିଥିଲେ । ତେବେ ବିଇଓଙ୍କ ହସ୍ତକ୍ଷେପ କରିବାରୁ ଆନ୍ଦୋଳନ ପ୍ରତ୍ୟାହୃତ ହେବା ପରେ ଛାତ୍ରୀଛାତ୍ରଙ୍କ ଦୁଇ ଦିନର ପରୀକ୍ଷାଗୁଡ଼ିକୁ କରାଯାଇଛି । ବିଇଓ ଏସ୍‌.ଧନଞ୍ଜୟଙ୍କ ସହ ଯୋଗାଯୋଗ କରିବାରୁ ଗ୍ରାମବାସୀଙ୍କ ଅଭିଯୋଗ ଉପରେ ତଦନ୍ତ ଚାଲିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri