୨ ଦିନ ପରେ ଖୋଲିଲା ବିଦ୍ୟାଳୟ ତାଲା

ଭଞ୍ଜନଗର,୩୦।୯(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ଗ୍ରାମବାସୀ ଦୁଇଦିନ ହେଲା ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ଜିଦ୍‌ ଧରିଥିଲେ। ଖବରପାଇ ବିଇଓ ଏସ୍‌.ଧନଞ୍ଜୟ ବିଦ୍ୟାଳୟରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିବା ସହ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଶୁକ୍ରବାର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

ଭାଲିଆଖାଇ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅବ୍ୟବସ୍ଥା ସାଙ୍ଗକୁ ବିଭିନ୍ନ ସମୟରେ ଛାତ୍ରୀଛାତ୍ରଙ୍କ ପାଇଁ ଆସୁଥିବା ବିଭିନ୍ନ ସରକାରୀ ସୁବିଧା ଠିକ୍‌ ଭାବେ ମିଳୁନାହିଁ। ପରୀକ୍ଷା ବେଳେ ଶ୍ରେଣୀ ପିଛା ଗୋଟିଏ ପ୍ରଶ୍ନପତ୍ରରେ କାମ ଚଳାଇ ଦିଆଯାଉଛି। ଏ ନେଇ ଅଭିଭାବକମାନେ ପୂର୍ବରୁ ବହୁବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ ସମସ୍ୟା ସମାଧାନ ହୋଇପାରି ନ ଥିଲା। ଏପରିକି ବୁଧବାରଠାରୁ ବିଦ୍ୟାଳୟରେ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଗୋଟିଏ ଶ୍ରେଣୀକୁ ଗୋଟିଏ ପ୍ରଶ୍ନପତ୍ରରେ ପିଲାଙ୍କୁ ପରୀକ୍ଷା ଦେବାକୁ କୁହାଯାଇଥିଲା । ପିଲାମାନେ ପରୀକ୍ଷା ଦେଇ ଫେରିବା ପରେ ଏ ସମ୍ପର୍କରେ ଅଭିଭାବକଙ୍କୁ ଜଣାଇଥିଲେ। ଏଥିରେ ଉତ୍ତେଜିତ ହୋଇ ଅଭିଭାବକମାନେ ଗୁରୁବାର ବିଦ୍ୟାଳୟରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଶୁକ୍ରବାର ପୁଣି ଆନ୍ଦୋଳନରେ ବସିଥିଲେ । ତେବେ ବିଇଓଙ୍କ ହସ୍ତକ୍ଷେପ କରିବାରୁ ଆନ୍ଦୋଳନ ପ୍ରତ୍ୟାହୃତ ହେବା ପରେ ଛାତ୍ରୀଛାତ୍ରଙ୍କ ଦୁଇ ଦିନର ପରୀକ୍ଷାଗୁଡ଼ିକୁ କରାଯାଇଛି । ବିଇଓ ଏସ୍‌.ଧନଞ୍ଜୟଙ୍କ ସହ ଯୋଗାଯୋଗ କରିବାରୁ ଗ୍ରାମବାସୀଙ୍କ ଅଭିଯୋଗ ଉପରେ ତଦନ୍ତ ଚାଲିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri