ଭୁବନେଶ୍ୱରରେ ଖୋଲିଲା କେଏଲ୍‌ ବିଶ୍ୱବିଦ୍ୟାଳୟର ଆଞ୍ଚଳିକ କାର୍ଯ୍ୟାଳୟ

ଭୁବନେଶ୍ୱର, ୮।୫(ବ୍ୟୁରୋ):  କେ.ଏଲ୍‌. ଡିମ୍‌ଡ୍‌ ଟୁ ବି ୟୁନିଭର୍ସିଟି ଆନ୍ଧ୍ରପ୍ରଦେଶର ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରେ ଖୋଲିଛି। ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସତ୍ୟନଗରଠାରେ ଏହି କାର୍ଯ୍ୟାଳୟର ଉଦ୍‌ଘାଟନ କରିଥିଲେ। ଏହା ପ୍ରତିଭାବାନ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଢ଼ିବା ସହ ବିଭିନ୍ନ ଶିକ୍ଷାଗତ ପାଠ୍ୟକ୍ରମ ଯୋଗାଇବ। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଆଡ୍‌ମିଶନ ନିର୍ଦ୍ଦେଶକ ଡ. ଜେ. ଶ୍ରୀନିବାସା ରାଓ ‘ମେରିଟ୍‌ ସ୍କଲାରଶିପ୍‌’ ଓ ‘କେଏଲ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା ୨୦୨୨’ର ତାରିଖ ଘୋଷଣା କରିଥିଲେ। ଆସନ୍ତା ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଏପର୍ଯ୍ୟନ୍ତ ଦେଶ ବିଦେଶରେ ୫୦ହଜାରରୁ ଅଧିକ ଛାତ୍ରୀଛାତ୍ର ଆବେଦନ କରିଛନ୍ତି। ନାମଲେଖାରେ ମେଧାବୀ ଛାତ୍ରୀଛାତ୍ରଙ୍କୁ ଅଧିକ ପ୍ରାଧାନ୍ୟ ଦେଉଛି ବିଶ୍ୱବିଦ୍ୟାଳୟ। ତେଣୁ ଚଳିତ ବର୍ଷ ଅଧିକରୁ ଅଧିକ ଛାତ୍ରୀଛାତ୍ର ଯେପରି ସ୍କଲାରଶିପ ଓ ପ୍ରବେଶିକା ପରୀକ୍ଷା ଦେଇପାରିବେ ସେଥିପାଇଁ ଆଞ୍ଚଳିକ କାର୍ଯ୍ୟାଳୟ ଖୋଲିବା ଆଦି କେତେକ ନୂଆ ପଦକ୍ଷେପ ନିଆଯାଇଛି। ଏଥିସହ ଦୁର୍ବଳ ଶ୍ରେଣୀର ମେଧାବୀ ପିଲାଙ୍କ ପାଇଁ ଚଳିତ ବର୍ଷ ୧୦୦ କୋଟିର ଛାତ୍ରବୃତ୍ତି ପ୍ରଦାନ କରାଯିବ ବୋଲି ଡ. ରାଓ କହିଛନ୍ତି। ସେ କହିଛନ୍ତି, ଗତବର୍ଷ ଆମେ ଭୁବନେଶ୍ୱରର ବହୁ ଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିଛୁ। କରୋନା ମହାମାରୀ ସତ୍ତ୍ୱେ ବିଶ୍ୱବିଦ୍ୟାଳୟର ଶତ ପ୍ରତିଶତ ଛାତ୍ରୀଛାତ୍ର ପ୍ଲେସ୍‌ମେଣ୍ଟ ପାଇଥିଲେ। ବିଶ୍ୱବିଦ୍ୟାଳୟରୁ ଛାତ୍ରୀଛାତ୍ର ଡେଲାଏଟ୍‌, ମାଇକ୍ରୋସଫ୍ଟ, ଆମାଜନ୍‌, ଆକ୍ସେଣ୍ଡେର, ୱିପ୍ରୋ, ୱାଲ୍‌ମାର୍ଟ ଲ୍ୟାବ୍‌ ଆଦି କମ୍ପାନୀରେ ଚାକିରି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ ମୃତ୍ୟୁ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

ଏହି ଦିନଠୁ ଆରମ୍ଭ ହେବ IPL 2026: ଆସିଗଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ ୨୬ ମାର୍ଚ୍ଚରୁ ମେ ୩୧ (ଟୁର୍ନାମେଣ୍ଟ ପାଇଁ ନିର୍ଦ୍ଧାରିତ ସମୟ) ମଧ୍ୟରେ ଅନୁଷ୍ଠିତ ହେବ। ରୟାଲ ଚ୍ୟାଲେଞ୍ଜର୍ସ...

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ...

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...

ଗୁଗଲ ମ୍ୟାପ୍‌ ଦେଖି ଟ୍ରକ୍‌ ଚଳାଉଥିଲେ ଡ୍ରାଇଭର୍‌: ହଠାତ୍‌ ଘଟିଗଲା…

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍‌ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri