ଅଣାୟତ୍ତ ବେଳେ ଖୋଲିଦେଲେ

ପୁରୀ ଅଫିସ, ୨୩।୯:ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସେପ୍ଟେମ୍ବର ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେବେ ଏଭଳି ସମୟରେ ପର୍ଯ୍ୟଟକଙ୍କ ଆଗମନ ଉପରୁ କଟକଣା ହଟାଇବା ସହ ହୋଟେଲ, ରେଷ୍ଟୁରାଣ୍ଟ, ବେଳାଭୂମି ଆଦି ଖୋଲି ଦିଆଯାଇଛି। ଏଥିଯୋଗୁ ସଂକ୍ରମଣ ହାର ଉଦ୍‌ବେଗଜନକ ଭାବେ ବଢିବାରେ ଲାଗିଛି। ଏପ୍ରିଲ ୩ରେ ଜିଲାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହା ପୂର୍ବରୁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ହୋଇଥିଲା। ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ସମେତ ହୋଟେଲ, ରେଷ୍ଟୁରାଣ୍ଟ ଆଦି ବନ୍ଦ ରହିଥିଲା। ଶ୍ରୀମନ୍ଦିର, ବେଳାଭୂମିକୁ ଯିବାରେ କଟକଣା ଥିଲା। ଏହି ସମୟରେ ପୁରୀରୁ ପଜିଟିଭ ସଂଖ୍ୟା କମ୍‌ ରହୁଥିଲା। ମାତ୍ର ଲକ୍‌ଡାଉନ, ଶଟ୍‌ଡାଉନ ସବୁ କଟକଣା କୋହଳ ପରେ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଲା। ଅଗଷ୍ଟ ଶେଷ ସୁଦ୍ଧା ୩,୫୦୦ ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେପ୍ଟେମ୍ବର ଆରମ୍ଭରୁ ସ୍ଥିତି ଅଣାୟତ୍ତ ହୋଇପଡ଼ିଲା। ଏବେ ମୋଟ ପଜିଟିଭ ସଂଖ୍ୟା ୮,୬୫୨ରେ ପହଞ୍ଚତ୍ଲାଣି। ସବୁଠୁ ଉଦ୍‌ବେଗର ବିଷୟ ହେଉଛି, ଏବେ ପୁରୀକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ଥିବା କଟକଣା ହଟାଇ ଦିଆଯାଇଛି। ଜୀବନ ଜୀବିକାକୁ ଆଗକୁ ବଢାଇବା ଲାଗି ହୋଟେଲ, ରେଷ୍ଟୁରାଣ୍ଟ ଆଦି ସମେତ ବ୍ଲୁ ଫ୍ଲାଗ ବିଚ୍‌ ଖୋଲିଦିଆଯାଇଛି। ରାଜ୍ୟ ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନକୁ ମାନି ଏ ସବୁକୁ ପ୍ରଶାସନ ଖୋଲିଦେଇଛି। ଏହା ପରଠାରୁ ଜିଲାର କରୋନାଗ୍ରାଫ୍‌ ଉପରମୁହଁା ହୋଇଛି। ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ଦ୍ର୍ରୁତଗତିରେ ବଢୁଛି। ସେପେ୍‌ଟମ୍ବର ୧ରେ ମୃତ୍ୟୁସଂଖ୍ୟା ୧୩ ଥିବାବେଳେ ବର୍ତ୍ତମାନ ୩୮ ଛୁଇଁଲାଣି। ଏପର୍ଯ୍ୟନ୍ତ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଛଡ଼ାଯାଉ ନାହିିଁ। ନିକଟ ଭବିଷ୍ୟତରେ ଯଦି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଅନୁମତି ମିଳେ ତେବେ କରୋନା ସ୍ଥିତି ଆହୁରି ବିଗିଡ଼ି ପାରେ। ସେବାୟତମାନେ ଅଧିକ ସଂଖ୍ୟାରେ ସଂକ୍ରମିତ ହେଉଥିବାରୁ ଚିନ୍ତା ବଢିଲାଣି। ଏ ସବୁକୁ ଦୃଷ୍ଟିରେ ରଖି ପୁରୀ ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯିବା ଦରକାର ବୋଲି ମହେଶ୍ୱର ବେହେରାଙ୍କ ସମେତ ଅନେକ ବୁଦ୍ଧିଜୀବୀ କହିଛନ୍ତି। ଏ ନେଇ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଗଣମାଧ୍ୟମକୁ କହିଛନ୍ତି ଯେ, ପୁରୀର କରୋନା ସ୍ଥିତି ସମ୍ପର୍କରେ ସରକାର ଅବଗତ ଅଛନ୍ତି। ଏ ନେଇ ବ୍ୟବସ୍ଥା କରାଯାଉଛି। ପୁରୀ ଜିଲାରେ ନୂତନ କୋଭିଡ୍‌ ହସ୍ପିଟାଲ ଖୋଲିବା ପାଇଁ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri