Posted inଖେଳ

ବୃହତ୍‌ ବିଜୟ ସହ ଖୋଲିଲା ପଏଣ୍ଟ ଖାତା

ଆବୁଧାବି,୩।୧୧: ଲଗାତାର ଦୁଇ ପରାଜୟ ପରେ ଚଳିତ ଟି୨୦ ବିଶ୍ୱକପ୍‌ରେ ବିଜୟ ସ୍ବାଦ ଚାଖିଛି ଭାରତୀୟ ଦଳ। ବୁଧବାର ଖେଳାଯାଇଥିବା ସୁପର-୧୨ ପର୍ଯ୍ୟାୟର ମ୍ୟାଚ୍‌ରେ ବିରାଟ କୋହଲିଙ୍କ ଦଳ ୬୬ ରନ୍‌ରେ ଆଫଗାନିସ୍ତାନକୁ ହରାଇ ଦେଇଛି। ଏହି ବିଜୟ ସହ ଟିମ୍‌ ଇଣ୍ଡିଆ ପଏଣ୍ଟ ଖାତା ଖୋଲିବା ସହ ନେଟ୍‌ ରନରେଟ୍‌ (+୦.୦୭)ରେ ସୁଧାର ଆଣିଛି।

ଆରମ୍ଭରୁ ଛକା, ଚୌକା ବର୍ଷା କରିଥିଲା ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରଥମ ଉଇକେଟ ପାଇଁ ଯୋଡ଼ିଥିଲେ ୧୪୦ ରନ୍‌। ଏହା ଟି୨୦ ଫର୍ମାଟରେ ଭାରତ ପାଇଁ ସବୁଠୁ ବଡ଼ ଭାଗିଦାରୀ। ରାହୁଲ ୬୯ (୬ ଚୌକା ଓ ୨ ଛକା) ଓ ରୋହିତ ୭୪ (୮ ଚୌକା ଓ ୩ ଛକା) ରନ୍‌ର ଇନିଂସ ଖେଳିଥିଲେ। ଦୁଇ ଓପନର ଆଉଟ୍‌ ହେବା ପରେ ଛକା, ଚୌକା ଭାର ସମ୍ଭାଳିଥିଲେ ରିଷଭ ପନ୍ତ ଓ ହାର୍ଦ୍ଦିକ ପାଣ୍ଡ୍ୟା। ଉଭୟ ବ୍ୟାଟର ୩ୟ ଉଇକେଟ ପାଇଁ୨୧ ବଲରେ ଯୋଡ଼ିଥିଲେ ୬୩ ରନ୍‌। ୧୩ ଲେଖାଏ ବଲ ଖେଳି ପନ୍ତ ୨୭ (୧ ଚୌକା ଓ ୩ ଛକା) ଓ ପାଣ୍ଡ୍ୟା ୩୫ (୪ ଚୌକା ଓ ୨ ଛକା) ରନ୍‌ କରିଥିଲେ। ଫଳରେ ଭାରତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୦ ରନ୍‌ କରିଛି।

ଜବାବରେ ଭାରତୀୟ ବୋଲରମାନେ ଆଫଗାନିସ୍ତାନ ବ୍ୟାଟରଙ୍କୁ ସୁଯୋଗ ଦେଇ ନ ଥିଲେ। କିନ୍ତୁ ଅଧିନାୟକ ମହମ୍ମଦ ନବି ୩୫ ଓ କରିମ ଜନତ (୩୬*)ଙ୍କ ଯୋଗୁ ଆଫଗାନିସ୍ତାନ ୭ ଉଇକେଟ ହରାଇ ୧୩୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଭାରତ ପାଇଁ ୩ ଉଇକେଟ ନେଇଥିବା ମହମ୍ମଦ ଶାମି ସଫଳତମ ବୋଲର ସାବ୍ୟସ୍ତ ହୋଇଥିଲେ। ଦୀର୍ଘ ଦିନ ପରେ ଭାରତୀୟ ଟି୨୦ ଦଳକୁ ଫେରିଥିବା ରବିଚନ୍ଦ୍ରନ ଅଶ୍ୱିନ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri