କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଏଥିରେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୁଚରିତ୍ରା ମୁଗ୍ରୀ, ଆରଆଇ ଶାଶ୍ୱତ ମିଶ୍ର, ପ୍ୟାକ୍ସ ସଭାପତି ଇନ୍ଦୁମତୀ ଭୋଇ, ସମ୍ପାଦକ ଭବାନୀ ଶଙ୍କର ସାହୁ, ପ୍ୟାକ୍ସ ଧାନକ୍ରୟ ଅଧିକାରୀ ଅଚିନ ଷଡ଼ଙ୍ଗୀ, ଆରଏମ୍‌ସି ଷ୍ଟାଫ୍‌ ଜଗନ୍ନାଥ ସୁନା, ଆଦିବାସୀ ଯୁବଚାଷୀ ନେତା ନନ୍ଦୀ କିଶୋର ଭୋଇ, ଭାଜପା ମଣ୍ଡଳ ସଭାପତି ଡୋଲାମଣି ଭୋଇ , ଅଧ୍ୟକ୍ଷତାରେ ଉଦ୍‌ଘାଟନ କରିଥିଲେ। ଏଥିରେ ଓଜନ ମାପକ ଯନ୍ତ୍ର, ଆର୍ଦ୍ରତା ପରିମାପକ ଯନ୍ତ୍ର, ଧାନ ବସ୍ତାରେ ଧୂପ, ଦୀପ, ଫୁଲ ଚନ୍ଦନ ଦେଇ ନାରିକେଲ ଭାଙ୍ଗି ପୂଜାର୍ଚ୍ଚନା କରିଥିଲେ। ଦୀନବନ୍ଧୁ ସାହୁ, ରଶ୍ମୀରଞ୍ଜନ ସାହୁ, ଚିତ୍ରସେନ ସାହୁ, ପ୍ରେମାନନ୍ଦ ସାହୁ, ଭରତ ବେହେରା, ଆନନ୍ଦ ସାହୁ, ସେହିପରି ତେରେ ସିଂହା ଧାନମଣ୍ଡି ମଧ୍ୟ ଉଦ୍‌ଘାଟନ ହୋଇଯାଇଛି। ଏଥିରେ ରିଷିଡ଼ା ପ୍ୟାକ୍ସ ସମ୍ପାଦକ ଗୋଲାପ ଚନ୍ଦ୍ର ରଣା, ସଭାପତି ଗୋକୁଳ ମାଝୀ, ଯୁଗଳ କିଶୋର ରଣା, କ୍ଷେତ୍ରମୋହନ ରଣା, ହନୁମାନ ଦାସ, ପ୍ରଦୀପ କୁମାର ଗହୀର(ସୁରୁ),ଆର୍‌ଏମ୍‌ସି ଷ୍ଟାଫ୍‌ ବନମାଳୀ ସୁନା, ସରପଞ୍ଚ ପ୍ରମୋଦ ସୁନା, ଅଧ୍ୟକ୍ଷତାରେ ଉଦ୍‌ଘାଟନ କରିଥିଲେ। ଏଥିରେ ପୂର୍ବତନ ସମିତି ସଭ୍ୟ ବିଦେଶୀ ଘିଭେଲା, ମଙ୍ଗଳୁ ଭୋଇ, ଶରତ ଚନ୍ଦ୍ର ପ୍ରଧାନ,ଚାଷୀ ନେତା ବିଜୟ କୁମାର ସାହୁ, ପ୍ରମୋଦ ପ୍ରଧାନ ପ୍ରମୁଖ ଚାଷୀମାନେ ଉପସ୍ଥିତ ଥିଲେ। ଆଜି ପ୍ରଥମ ଦିନରେ ହିଁ କର୍ଲାମୁଣ୍ଡା ଧାନମଣ୍ଡିରୁ ଲକ୍ଷ୍ମୀ ନାରାୟଣ ରାଇସ୍‌ ମିଲ୍‌ ଗଜବାହଲକୁ ୨୫୦ କ୍ୱିଣ୍ଟାଲ କ୍ରୟ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri