ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ ବେଆଇନ ବାଲି ଖନନ ଓ ଅନୁମତିବିହୀନ ବାଲି ପରିବହନ ବିରୋଧରେ ସ୍ୱତନ୍ତ୍ର ଅଭିଯାନକୁ ଆହୁରି କଡ଼ାକଡ଼ି କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ଗତ ୨୦ ମେ ୨୦୨୬ ଠାରୁ ୧୦ ଜୁନ ୨୦୨୬ ପର୍ଯ୍ୟନ୍ତ ଆନନ୍ଦପୁର ଉପଖଣ୍ଡ ଅଞ୍ଚଳର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ପୋଲିସ ବ୍ୟାପକ ଚଢ଼ାଉ ଓ କାର୍ଯ୍ୟାନୁଷ୍ଠାନ କରିଛି।

ଏହି ସମୟ ମଧ୍ୟରେ ବେଆଇନ ବାଲି ଉତ୍ତୋଳନ ଏବଂ ପରିବହନରେ ସମ୍ପୃକ୍ତ ୧୦ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଉପଖଣ୍ଡ ଅଧୀନ ବିଭିନ୍ନ ଥାନାରେ ୩୮ଟି ଅପରାଧିକ ମାମଲା ରୁଜୁ କରାଯାଇଛି ବୋଲି ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡା ସୂଚନା ଦେଇଛନ୍ତି।

ଏସଡିପିଓ  ପଣ୍ଡାଙ୍କ କହିବା ଅନୁଯାୟୀ, ଅଭିଯାନ ସମୟରେ ପୋଲିସ ବେଆଇନ ବାଲି ଖନନ ଓ ପରିବହନ କାର୍ଯ୍ୟରେ ବ୍ୟବହୃତ ୪ଟି ହାଇୱା, ୧ଟି ଜେସିବି, ୧ଟି ଖନନ ଯନ୍ତ୍ର ଏବଂ ୩୩ଟି ଟ୍ରାକ୍ଟର ଜବତ କରିଛି। ଜବତ ଯାନବାହନ ଓ ଯନ୍ତ୍ରପାତି ସମ୍ପର୍କରେ ଆଇନ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସେ ଆହୁରି କହିଛନ୍ତି ଯେ, ପ୍ରାକୃତିକ ସମ୍ପଦର ସୁରକ୍ଷା, ବେଆଇନ ଖନନ କାର୍ଯ୍ୟକଳାପକୁ ରୋକିବା ଏବଂ ଖନନ ଓ ପରିବେଶ ସମ୍ପର୍କିତ ନିୟମାବଳୀର କଠୋର ପାଳନ ସୁନିଶ୍ଚିତ କରିବା ପାଇଁ ଏହି ସ୍ୱତନ୍ତ୍ର ଅଭିଯାନ ଆଗାମୀ ଦିନରେ ଅଧିକ ତୀବ୍ରତାର ସହ ଜାରି ରହିବ।

ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ବେଆଇନ ଖନନ ଓ ପରିବହନ ଭଳି ଅବୈଧ କାର୍ଯ୍ୟରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ଭବିଷ୍ୟତରେ ମଧ୍ୟ କଠୋର ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?