Posted inଜାତୀୟ

ଅପରେଶନ୍‌ ଗଙ୍ଗା, ପୁଣି ଏୟାର ଲିଫ୍ଟ ହେଲେ ୨୫୦ ଭାରତୀୟ…

ନୂଆଦିଲ୍ଲୀ,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଏୟାର ଲିଫ୍ଟ କରିବା ଲାଗି ଅପରେଶନ୍‌ ଗଙ୍ଗା ଆରମ୍ଭ କରାଯାଇଛି। ୨୫୦ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ ଉଡ଼ାଣ ରବିବାର ଦିନ ରୋମାନିଆର ରାଜଧାନୀ ବୁକାରେଷ୍ଟରୁ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ବିମାନ ବନ୍ଦରରେ ଗୋଲାପ ଦେଇ ୟୁକ୍ରେନରୁ ଆଣିଥିବା ଭାରତୀୟମାନଙ୍କୁ ସ୍ବାଗତ କରିଛନ୍ତି।

ରୁଷିଆର ସେନାବାହିନୀର ଆକ୍ରମଣ ମଧ୍ୟରେ ୟୁକ୍ରେନରେ ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଶନିବାର ଏହି ଅପରେଶନ ଆରମ୍ଭ ହୋଇିଛି। ପ୍ରଥମ ଏଆଇ-୧୯୪୪ ବୁକାରେଷ୍ଟରୁ ମୁମ୍ବାଇକୁ ୨୧୯ ଜଣ ଲୋକଙ୍କୁ ଆଣିଥିଲା। ଦ୍ୱିିତୀୟ ବିମାନ ଏଆଇ-୧୯୪୨ରେ ରବିବାର ଭୋର୍‌ ପ୍ରାୟ ୨ଟା ୪୫ ସମୟରେ ଭାରତୀୟ ନାଗରିକଙ୍କୁ ନେଇ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛି।

ଏୟାର ଇଣ୍ଡିଆର ତୃତୀୟ ବିମାନ ଏଆଇ-୧୯୪୦ ହଙ୍ଗେରୀର ରାଜଧାନୀ ବୁଦ୍ଧାପେଷ୍ଟରୁ ଉଡ଼ାଣ ଭରିଛି ଏବଂ ରବିବାର ଦିନ ୨୪୦ ଜଣ ଭାରତୀୟଙ୍କ ସହ ଦିଲ୍ଲୀ ଫେରିବ ବୋଲି ଆଶା କରାଯାଉଛି।
ଘରକୁ ଫେରିଥିବା ଲୋକଙ୍କୁ ସିନ୍ଧିଆ କହିଛନ୍ତି ଯେ, ମୁଁ ଜାଣେ ଯେ ଆପଣ ସମସ୍ତେ ଅତ୍ୟଧିକ କଷ୍ଟଦାୟକ ସମୟ ବିତାଇଛନ୍ତି। କିନ୍ତୁ ଜାଣି ରଖନ୍ତୁ ପ୍ରତ୍ୟେକ ପଦକ୍ଷେପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆପଣଙ୍କ ସହିତ ଅଛନ୍ତି। ଭାରତ ସରକାର ପ୍ରତ୍ୟେକ ପଦକ୍ଷେପରେ ଆପଣଙ୍କ ସହ ଅଛନ୍ତି ଏବଂ ପ୍ରତ୍ୟେକ ପଦକ୍ଷେପରେ ୧୩୦ କୋଟି ଭାରତୀୟ ଆପଣଙ୍କ ସହ ଅଛନ୍ତି।

ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ସମସ୍ତଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଆଲୋଚନା ଚାଲିଛି। ସେ କହିଛନ୍ତି ରୁଷିଆ ସରକାରଙ୍କ ସହ ମଧ୍ୟ ଆଲୋଚନା ଚାଲିଛି ଏବଂ ୟୁକ୍ରେନରୁ ପ୍ରତ୍ୟେକ ଭାରତୀୟ ଫେରିବା ପର୍ଯ୍ୟନ୍ତ ଏୟାର ଲିଫ୍ଟ ଜାରି ରହିବ।

ଏବେ ବି ୟୁକ୍ରେନ୍‌ରେ ପ୍ରାୟ ୧୬ ହଜାର ଭାରତୀୟ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଛାତ୍ରୀଛାତ୍ର।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?