Posted inଜାତୀୟ

ଅପରେଶନ ଗଙ୍ଗା ଦେଶର ଅଦମ୍ୟ ଭାବନାର ପ୍ରତୀକ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୭।୬ : ଅପରେଶନ ଗଙ୍ଗା ହେଉଛି ଦେଶର ଅଦମ୍ୟ ଭାବନାର ପ୍ରତୀକ। ଏନେଇ ଏକ ଡକ୍ୟୁମେଣ୍ଟାରୀ ଅବସରରେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ୟୁକ୍ରେନରୁ ଭାରତୀୟମାନଙ୍କୁ ସ୍ବଦେଶ ଆଣିବା ପାଇଁ ‘ଅପରେଶନ ଗଙ୍ଗା’ ଉପରେ ଏକ ନୂତନ ଡକ୍ୟୁମେଣ୍ଟାରୀ ଏହି ଅଭିଯାନ ସହ ଜଡିତ ଦିଗ ଉପରେ ଅତ୍ୟନ୍ତ ସୂଚନାପୂର୍ଣ୍ଣ ହେବ।

ବାସ୍ତବରେ ଏକ ଟିଭି ଚ୍ୟାନେଲ ଏହାର ନୂତନ ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ‘ଦି ଏଭାକ୍ୟୁଶନ: ଅପରେସନ ଗଙ୍ଗା’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରିଛି। ଏହି ଡକ୍ୟୁମେଣ୍ଟାରୀରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ଉଦ୍ଧାର କାର୍ଯ୍ୟର କାହାଣୀ କୁହାଯାଇଛି। ଏହି ଡକ୍ୟୁମେଣ୍ଟାରୀ ସଂପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଏହି ମନ୍ତବ୍ୟ ସାମ୍ନାକୁ ଆସିଛି।

ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫସି ରହିଥିବା ହଜାର ହଜାର ଛାତ୍ରୀଛାତ୍ର ଏବଂ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ଭାରତ ସରକାର ଏହି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏକ ଟୁଇଟରେ କହିଛନ୍ତି ’ଅପରେଶନ ଗଙ୍ଗା’ ଆମ ଲୋକଙ୍କ ପାଖରେ ଠିଆ ହେବା ପାଇଁ ଆମର ସଂକଳ୍ପକୁ ଦର୍ଶାଉଛି।

ଯୁଦ୍ଧ ମଧ୍ୟରେ ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିପରି ଏହି ଅପରେଶନ ଚଳାଇଛନ୍ତି ତାହା ଡକ୍ୟୁମେଣ୍ଟାରୀରେ ଦର୍ଶାଯାଇଛି। ଏଥିରେ ସେ କହିଛନ୍ତି ପ୍ରତ୍ୟେକ ଭାରତୀୟଙ୍କ ହୃଦୟରେ ଏକ ଗଭୀର ବିଶ୍ୱାସ ରହିଛି ଯେତେ ଚ୍ୟାଲେଞ୍ଜ ହେଉନା କାହିଁକି, ପରିସ୍ଥିତି ଯେତେ କଷ୍ଟ ହେଉନା କାହିଁକି ସେମାନେ ଜାଣନ୍ତି ସେମାନଙ୍କ ସରକାର ସେମାନଙ୍କ ସହ ଦୃଢ଼ଭାବରେ ଠିଆ ହୋଇଛନ୍ତି ଏବଂ ସେମାନଙ୍କୁ ନିରାପଦରେ ଘରକୁ ଫେରାଇ ଆଣିବେ। ଏହା କେବଳ ନୀତି ନୁହେଁ, ଏହା ମାନବିକତାର ଆମର ନିୟମ। ଏହା ଏକ ବନ୍ଧନ ଯାହାକୁ ଆମେ ବାରମ୍ବାର ବୃଦ୍ଧି ପାଉଥିବା ଦେଖିଛୁ, ଯାହା ଆମ ଦେଶର ଅବିସ୍ମରଣୀୟ ଅଦମ୍ୟ ଭାବନାକୁ ପ୍ରତିଫଳିତ କରେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri