Posted inଜାତୀୟ

ହିମାଚଳ ପ୍ରଦେଶରେ କଂଗ୍ରେସକୁ ଘାରିଛି ଅପରେଶନ ଲୋଟସ ଭୟ, ବିଧାୟକ ଯିବେ ରାଜସ୍ଥାନ…

ଶିମଲା,୮।୧୨ : ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳରେ ରାଜ୍ୟର ୬୮ ବିଧାନସଭା ଆସନ ମଧ୍ୟରୁ ଭାଜପା ୨୭ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୩୮ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ୪ ଆସନରେ ଆଗୁଆ ରହିଛନ୍ତି। ରାଜ୍ୟରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଭାଜପା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତେବେ କଂଗ୍ରେସ ଧିରେଧିରେ ସଂଖ୍ୟାଗରିଷ୍ଠତା ମୁହାଁ ହେବାରେ ଲାଗିଛି।

ରାଜ୍ୟରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୩୫ ରହିଛି। କଂଗ୍ରେସ ଏହି ମ୍ୟାଜିକ ନମ୍ବର ହାତେଇବାର ନିକଟତର ହେବାରେ ଲାଗିଛି।

ତେବେ କଡ଼ା ଟକ୍କର ମଧ୍ୟରେ କଂଗ୍ରେସକୁ ଅପରେଶନ ଲୋଟସ ଭୟ ଘାରିଛି। ଘୋଡା ବେପାରକୁ ନେଇ କଂଗ୍ରେସ ଭୟଭୀତ ହେଉଥିବା ଜଣାଯାଇଛି। ବିଧାୟକମାନଙ୍କୁ ଅଟକାଇବା ପାଇଁ କଂଗ୍ରେସ ଏଆଇସିସି ସଚିବଙ୍କୁ ନିୟୋଜିତ କରିଛି।

ଏହା ସହିତ କଂଗ୍ରେସ ନିଜର ବିଧାୟକମାନଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ଯୋଜନା ମଧ୍ୟ କରୁଛି। ଖବର ଅନୁଯାୟୀ, ଏହି ଆଶଙ୍କା ତଥା ତଥାକଥିତ ଅପରେଶନ ଲୋଟସକୁ ଦୃଷ୍ଟିରେ ରଖି କଂଗ୍ରେସ ବିଧାୟକମାନଙ୍କୁ ହିମାଚଳ ପ୍ରଦେଶରୁ ରାଜସ୍ଥାନକୁ ପଠାଇବାକୁ କଂଗ୍ରେସ ଯୋଜନା କରିଛି।  ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଏବଂ ବରିଷ୍ଠ ନେତା ଭୁପେନ୍ଦ୍ର ସିଂ ହୁଡାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି।

ସୂଚନାନୁସାରେ, କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବ୍ୟକ୍ତିଗତ ଭାବେ ପରିସ୍ଥିତି ଉପରେ ନଜର ରଖିଛନ୍ତି ଏବଂ ସେ ଗୁରୁବାର ଶିମଲାରେ ମଧ୍ୟ ପହଞ୍ଚିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri