Posted inଜାତୀୟ

ଅପରେଶନ ମହାଦେବ: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ନୂଆଦିଲ୍ଲୀ,୨୮।୭: ଭାରତୀୟ ସେନା ପୁଣି ଥରେ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରିଛି। ସୋମବାର ଜମ୍ମୁ ଏବଂ କଶ୍ମୀରର ଶ୍ରୀନଗରରେ ସେନା ଗୁଳିରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଆତଙ୍କବାଦୀଙ୍କ ବିରୋଧରେ ଏକ ଅଭିଯାନ ଆରମ୍ଭ ହୋଇଥିଲା, ଯାହାକୁ ଅପରେଶନ ମହାଦେବ ନାମ ଦିଆଯାଇଥିଲା। ସେନାର ଚିନାର କର୍ପସ ମଧ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହି ସୂଚନା ଶେୟାର କରିଛି। ପହଲଗାମରେ ଆକ୍ରମଣ ପରେ, ଭାରତୀୟ ସେନା ଏପର୍ଯ୍ୟନ୍ତ ଅନେକ ଆତଙ୍କବାଦୀଙ୍କୁ ଟାର୍ଗେଟ୍‌ କରିଛି।

ସେନା କହିଛି ଯେ, ଗତ କିଛି ଦିନ ଧରି ଏହି ଅଞ୍ଚଳରେ ଏକ ସର୍ଚ୍ଚ ଅପରେସନ ଚାଲିଥିଲା। ଏଠାରେ ଆତଙ୍କବାଦୀମାନେ ଲୁଚି ରହିଥିବା ସମ୍ଭାବନା ଥିଲା। ଏହି ସମ୍ପର୍କରେ ସେନା ‘ଅପରେସନ ମହାଦେବ’ ଚଳାଇଥିଲା। ନିହତ ଆତଙ୍କବାଦୀମାନେ ପହଲଗାମ ଆକ୍ରମଣ ସହିତ ଜଡିତ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ସରକାରୀ ସୂଚନା ନାହିଁ।
ସେନା ମହାଦେବ ପାହାଡ଼ ଉପରେ ଏକ ଶିବିର ସ୍ଥାପନ କରିଛି, ଯାହା ମାଧ୍ୟମରେ ଏହି ଅଞ୍ଚଳର କାର୍ଯ୍ୟକଳାପ ଉପରେ ନଜର ରଖାଯାଏ। ଏଠାରେ ବହୁ ଦିନ ପୂର୍ବରୁ ଆତଙ୍କବାଦୀ ମୁସାର ଗତିବିଧି ଉପରେ ନଜର ରଖାଯାଇଥିଲା। ଏହି କାରଣରୁ ସର୍ଚ୍ଚ ଅପରେଶନ ଚାଲିଥିଲା। ସେନା ସହିତ ଜମ୍ମୁ କଶ୍ମୀର ପୋଲିସ ମଧ୍ୟ ଏହି ଅପରେଶନରେ ସାମିଲ ଥିଲା। ସେନା ଦ୍ୱାରା ନିହତ ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?