Posted inଜାତୀୟ

ସଫଳ ହେଲା ‘ଅପରେଶନ ରାହୁଲ’

ରାୟପୁର,୧୪।୬: ଦୀର୍ଘ ୫ ଦିନ ଧରି ବୋରଓ୍ବେଲ୍‌ ଭିତରେ ଫସି ରହିଥିବା ୧୧ ବର୍ଷର ବାଳକ ରାହୁଲଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ତାଙ୍କୁ ଉଦ୍ଧାର ପରେ ତୁରନ୍ତ ଚିକିତ୍ସା ଲାଗି ଘଟଣା ସ୍ଥଳରେ ଡାକ୍ତର ଟିମ୍‌ ଉପସ୍ଥିତ ଥିଲେ। ତେବେ ତାଙ୍କର ଚିକିତ୍ସା କରାଯାଉଛି।

କହିରଖୁଛୁ, ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲ୍ଲା ଫିରିଡ ଗାଁରେ ଗତ ଶୁକ୍ରବାର ଦ୍ୱିପ୍ରହର ସମୟରେ ରାହୁଲ ଖେଳୁଥିବା ସମୟରେ ବୋରଓ୍ବେଲରେ ଖସି ପଡ଼ିଥିଲେ। ପ୍ରାୟ ୮୦ ଫୁଟ ବୋରଓ୍ବେଲ ଗାତ ଭିତରେ ୫ ଦିନ ହେଲା ସେ ଫସି ରହିଥିଲେ ସେ। ଲଗାତାର ଭାବେ ରାହୁଲ ସହ ଯୋଗାଯୋଗ କରାଯିବା ସହ ତାଙ୍କୁ ଖାଦ୍ୟ ଓ ପାନୀୟ ଯୋଗାଇ ଦିଆଯାଉଥିଲା। ସୋମବାର ରାତିରେ ମଧ୍ୟ କଦଳି ଏବଂ ଜୁସ ଦିଆଯାଇଥିଲା। ପାଇପ ଯୋଗେ ତା’ ପାଖକୁ ଅକ୍ସିଜେନ ପହଞ୍ଚାଯାଉଛି। ପିଲାଟିକୁ ଉଦ୍ଧାର କରିବା ପାଇଁ ଏନ୍‌ଡିଆର୍‌ଏଫ, ଏସ୍‌ଡିଆର୍‌ଏଫ୍‌ ଟିମ ଓ ଜିଲା ପ୍ରଶାସନ ନିରନ୍ତର ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri