ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିରାମ ଚଭନଙ୍କୁ ଆକ୍ରମଣ ପରେ ବାଲି ଚୋରା ଚାଲାଣକାରୀଙ୍କୁ ସାବାଡ୍‌ କରିବା ଲାଗି ଆକ୍ସନ ମୁଡ୍‌ରେ ଉଭୟ ପ୍ରଶାସନ ଓ ପୋଲିସ। ମୋରମ, ପଥର, ବାଲି ଓ ମାଟି ଚୋରା ଚାଲାଣକାରୀଙ୍କ ଉପରେ ଆରମ୍ଭ ହୋଇଛି ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’। ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କ ନେତୃତ୍ୱରେ ଏକ ଟିମ୍‌ ଶନିବାର ଏହି ଅପରେଶନ ଆରମ୍ଭ କରିଛନ୍ତି।
ବାଲେଶ୍ୱର ଜିଲା ବୁଢାବଳଙ୍ଗ ନଦୀ କୂଳରେ ଅନବରତ ଚାଲିଥିବା ବେଆଇନ ବାଲି ଉତ୍ତୋଳନ ଓ ଗଢ଼ି ଉଠିଥିବା ଇଟାଭାଟି ଉପରେ ଶନିବାର ଜିଲା ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସେଠାରେ ବର୍ଷ ବର୍ଷ ଧରି ରହିଥିବା ଇଟାଭାଟିରେ ବୁଲଡୋଜର ଚଲାଯାଇ ଲାଲ୍‌ ପତାକା ପୋତାଯାଇ ବନ୍ଦ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ୨ ଅଭିଯୁକ୍ତ ଚିତ୍ତରଞ୍ଜନ ବେହେରା ଓ ମନୋରଞ୍ଜନ ବେହେରାଙ୍କ ବେଆଇନ ଇଟାଭାଟି ଉପରେ ପ୍ରଶାସନ ବୁଲଡୋଜର ବୁଲାଇ ଘଟଣାସ୍ଥଳରେ ୧୪୪ ଧାରା ଜାରି କରାଯାଇଛି। ୨ରୁ ଊଦ୍ଧର୍‌ବ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି। ଉଭୟଙ୍କ ଜମି ଚିହ୍ନଟ କରି ବେଆଇନ ଜାଗାରେ ପ୍ରଶାସନ ଲାଲ୍‌ ପତାକା ଉଡ଼ାଇଛି। କେଉଁଠି ବେଆଇନ ଅର୍ଥ ବିନିଯୋଗ ହୋଇଛି ତାହା ଉପରେ ମଧ୍ୟ ନଜର ରଖିଛି ପ୍ରଶାସନ। ଏହାସହ ଗଢ଼ି ଉଠିଥିବା ଘର ଟାଉନ୍‌ ପ୍ଲାନିଂ ନିୟମ ଅନୁସାରେ ହୋଇଛି କି ନାହିଁ ତାହାର ତଦାରଖ ପାଇଁ ବ୍ରିଟ୍‌ର ଏକ ଟିମ୍‌ ଆସି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବୋଲି ବ୍ରିଟ୍‌ ସେକ୍ରେଟାରି ନବୀନ ଚନ୍ଦ୍ର ସିଂ କହିଛନ୍ତି। ପରବର୍ତ୍ତୀ ସମୟରେ ଚୋରାଚାଲାଣକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଜୋରଦାର ହେବ ବୋଲି ଉପଜିଲାପାଳ କହିଛନ୍ତି। ପ୍ରଶାସନର ଆକ୍ସନ ଦେଖି ଇଟାଭାଟି ମାଲିକମାନେ ଫେରାର ହୋଇଯାଇଛନ୍ତି। ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’ ମାଧ୍ୟମରେ ଆଗାମୀ ଦିନରେ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଚାଲିଥିବା ପଥରକ୍ୱାରୀ, ବାଲି ଉତ୍ତୋଳନ, ମୋରମ ଖନନ ଓ ପଥର ଚୋରଚାଲାଣ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବାଲେଶ୍ୱର ଏସ୍‌ପି ସାଗରିକା ନାଥ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri