Operation Sindoor 2.0: କାଳେ ମୃତ୍ୟୁ ହେବ ଭାବି ଡରି ଗଲେଣି ଇମ୍ରାନ ଖାଁ! କହିଲେ, ‘ମୁକୁଳାଇ ଦିଅ, ଭାରତ ଯଦି…’

ଇସଲାମାବାଦ,୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧକୁ ନେଇ ସବୁଠି ଭୟର ବାତାବରଣ ରହିଛି। ଏବେ ପାକିସ୍ତାନ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ମୁକ୍ତି ପାଇଁ ଶୁକ୍ରବାର ପାକିସ୍ତାନର ଏକ କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଥିଲା। ପାକିସ୍ତାନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ମଧ୍ୟରେ ଏହି ଆବେଦନ ଦାଖଲ କରାଯାଇଛି।
ଇମ୍ରାନ ଖାନଙ୍କ ଦଳ ପାକିସ୍ତାନ ତେହେରିକ-ଏ-ଇନସାଫ ଏକ ହ୍ବାଟସଆପ ମେସେଜରେ କହିଛି ଯେ ଖାଇବର ପଖତୁନଖ୍ବା (କେପି) ମୁଖ୍ୟମନ୍ତ୍ରୀ ଏବଂ ଦଳର ନେତା ଅଲି ଆମିନ ଗଣ୍ଡାପୁର ଦଳର ପ୍ରତିଷ୍ଠାତାଙ୍କ ମୁକ୍ତି ପାଇଁ ଇସଲାମାବାଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
୭୨ ବର୍ଷୀୟ ଇମ୍ରାନ ଖାନଙ୍କୁ ରାୱଲପିଣ୍ଡିର ଆଦିଆଲା ଜେଲରେ ରଖାଯାଇଛି। ହ୍ବାଟସଆପ ମେସେଜରେ କୁହାଯାଇଛି, ‘ଇମ୍ରାନ ଖାନଙ୍କ ମୁକ୍ତି ପାଇଁ ଇସଲାମାବାଦ ହାଇକୋର୍ଟର ଦ୍ୱାରସ୍ଥ ହୋଇଛି। ମୁଖ୍ୟମନ୍ତ୍ରୀ ଅଲି ଅମିନ ଏକ ଆବେଦନ ଦାଖଲ କରିଛନ୍ତି। ଏଥିରେ କୁହାଯାଇଛି, ‘ଭାରତ ସହିତ ବର୍ତ୍ତମାନର ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଜାତୀୟ ସଦ୍ଭାବ ଏବଂ ସଂହତି ପାଇଁ ଏବଂ ଆଦିଆଲା ଜେଲରେ ଡ୍ରୋନ ଆକ୍ରମଣର ଆଶଙ୍କା ହେତୁ, ତାଙ୍କୁ ତୁରନ୍ତ ପାରୋଲ/ପ୍ରୋବେସନ ରେ ମୁକ୍ତ କରାଯିବା ଉଚିତ ବୋଲି ଅନୁରୋଧ କରାଯାଇଛି।’ କୋର୍ଟ ଆବେଦନର ଶୁଣାଣି ପାଇଁ କୌଣସି ତାରିଖ ସ୍ଥିର କରିନାହାଁନ୍ତି।
ସୂଚନାଯୋଗ୍ୟ, ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର କଡ଼ା ଜବାବ ଦେଇ, ଭାରତୀୟ ସଶସ୍ତ୍ର ବାହିନୀ ମଙ୍ଗଳବାର ଏବଂ ବୁଧବାର ରାତିରେ ‘ଅପରେଶସନ ସିନ୍ଦୂର’ ଅଧୀନରେ ପାକ ଅଧିକୃତ କଶ୍ମୀର (ପିଓକେ) ଏବଂ ପାକିସ୍ତାନରେ ନଅଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ ଉପରେ ସଠିକ କ୍ଷେପଣାସ୍ତ୍ର ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?