Operation Sindoor 2.0: ସାନ ଭାଇଙ୍କୁ ବୁଝାଇବାକୁ ଲଣ୍ଡନରୁ ପାକିସ୍ତାନ ପଳାଇ ଆସିଲେ ନଓ୍ବାଜ ସରିଫ, କହିଲେ ଆମେ ଏମିତି ପୋଜିଶନରେ…

ଇସଲାମାବାଦ,୯।୫: ୨୨ ଏପ୍ରିଲ ୨୦୨୫ରେ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଦ୍ୱାରା ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୁରକୁ ଦେଖି ପାକିସ୍ତାନ ଏକ ପ୍ରକାର ଭୟଭୀତ ହୋଇଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଲଣ୍ଡନରୁ ପାକିସ୍ତାନ ଫେରି ଆସି ବଢୁଥିବା ସଙ୍କଟର ସମାଧାନ ପାଇଁ ତାଙ୍କ ଭାଇ ଶହବାଜ ସରିଫଙ୍କୁ କୂଟନୈତିକ ସ୍ତରରେ କାମ କରିବାକୁ କହିଛନ୍ତି।
ନ୍ୟୁଜ ଏଜେନ୍ସି ANI ଦି ଏକ୍ସପ୍ରେସ ଟ୍ରିବ୍ୟୁନ କୁ ଉଦ୍ଧୃତ କରି କହିଛି ଯେ ସିନ୍ଧୁ ଜଳ ଚୁକ୍ତିନାମାକୁ ଭାରତ ସ୍ଥଗିତ ରଖିବା ପରେ ଜାତୀୟ ସୁରକ୍ଷା କମିଟି (NSC) ବୈଠକରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ଅବଗତ ହେବା ପରେ ସରିଫ ପ୍ରଧାନମନ୍ତ୍ରୀ ଶହବାଜ ସରିଫଙ୍କୁ କୂଟନୈତିକ ଭାବରେ ଉତ୍ତେଜନା ହ୍ରାସ କରିବାକୁ ପରାମର୍ଶ ଦେଇଥିଲେ।
ଏକ୍ସପ୍ରେସ ଟ୍ରିବ୍ୟୁନ ରିପୋର୍ଟ ଅନୁଯାୟୀ, ସରିଫ ଚାହୁଁଥିଲେ ଯେ ପିଏମଏଲ-ଏନ ନେତୃତ୍ୱାଧୀନ ମେଣ୍ଟ ସରକାର ଦୁଇଟି ପରମାଣୁ ଶକ୍ତିସମ୍ପନ୍ନ ଦେଶ ମଧ୍ୟରେ ଶାନ୍ତି ଫେରାଇ ଆଣିବା ପାଇଁ ସମସ୍ତ ଉପଲବ୍ଧ କୂଟନୈତିକ ସମ୍ବଳ ବ୍ୟବହାର କରୁ। ସେ କହିଛନ୍ତି ଯେ ସେ କୌଣସି ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିବାକୁ ଆଗ୍ରହୀ ନୁହଁନ୍ତି।
ପୂର୍ବରୁ ୨୦୨୩ମସିହାରେ ମଧ୍ୟ ନୱାଜ ସରିଫ ଭାରତ ସହିତ ଭଲ ସମ୍ପର୍କ ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ କହିଥିଲେ ଯେ କାରଗିଲ ଯୁଦ୍ଧକୁ ବିରୋଧ କରିବାରୁ ତାଙ୍କ ସରକାରକୁ ୧୯୯୯ ମସିହାରେ ହଟାଇ ଦିଆଯାଇଥିଲା।
ପୂର୍ବତନ ପ୍ରଧାନମନ୍ତ୍ରୀ କହିଥିଲେ, ‘୨୮ ମଇ, ୧୯୯୮ରେ ପାକିସ୍ତାନ ପାଞ୍ଚଟି ପରମାଣୁ ପରୀକ୍ଷଣ କରିଥିଲା। ଏହା ପରେ, ବାଜପେୟୀ ସାହେବ ଏଠାକୁ ଆସିଥିଲେ ଏବଂ ଆମ ସହିତ ଏକ ଚୁକ୍ତି କରିଥିଲେ କିନ୍ତୁ ଆମେ ସେହି ଚୁକ୍ତି ଉଲ୍ଲଂଘନ କରିଥିଲୁ…ଏହା ଆମର ଭୁଲ ଥିଲା।’


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri