Posted inଜାତୀୟ

Operation Sindoor: ଅପରେଶନ ସିନ୍ଦୂରକୁ ନେଇ ସୁପ୍ରିମକୋର୍ଟ ପୂର୍ବତନ ଜଜଙ୍କ ବଡ଼ ବୟନ, କହିଲେ ‘କରାଚିରେ ଆମେ ନେବୁ ସି-ଫୁଡ଼ର ମଜା’

ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ ଶୀଘ୍ର ଲାହୋରରେ ଜଳଖିଆରେ ବେକନ ଏବଂ ଅଣ୍ଡା ଖାଇବୁ, ଇସଲାମାବାଦରେ ମଧ୍ୟାହ୍ନ ଭୋଜନରେ ବିରିୟାନିର ମଜା ନେବୁ, ପେଶାୱରରେ ଚା’ ସହିତ ଡୋନଟ୍ସ ଖାଇବୁ ଏବଂ କରାଚୀରେ ରାତ୍ରୀ ଭୋଜନରେ ସାମୁଦ୍ରିକ ଖାଦ୍ୟ ବା ସି-ଫୁଡ଼ରର ସ୍ବାଦ ନେବୁ।
ଅନ୍ୟ ଏକ ଫେସବୁକ ପୋଷ୍ଟରେ, ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଲେଖିଛନ୍ତି, ‘ଆମେ ଲାହୋରକୁ ‘ଲଭ ନଗର’ (ଲାହୋରୱାଲିଙ୍କୁ ଖୁସି କରିବା ପାଇଁ), କରାଚୀକୁ ‘ନୂଆ କାଶୀ’, ପେଶାୱାରକୁ ‘ପେଶୱା ନଗର’ ଏବଂ କ୍ୱେଟାକୁ ‘କୃଷ୍ଣ ନଗର’ ନାମ ଦେବୁ।’ ଜଷ୍ଟିସ କାଟଜୁଙ୍କ ବୟାନ ଏପରି ସମୟରେ ଆସିଛି ଯେତେବେଳେ ପାକିସ୍ତାନ ଭାରତକୁ ଯୁଦ୍ଧ ପାଇଁ ନିରନ୍ତର ଉସୁକାଇ ଆସୁଛି ଏବଂ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିବାକୁ ଚେଷ୍ଟା କରୁଛି।
ଗୁରୁବାର ରାତିରେ ପାକିସ୍ତାନ ଡ୍ରୋନ ସାହାଯ୍ୟରେ ୧୫ଟି ଭାରତୀୟ ସାମରିକ ଘାଟି ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା, ଯାହାର ଭାରତୀୟ ସେନା ଉତ୍ତମ ଜବାବ ଦେଇଥିଲା। ଭାରତ ୫୦ ରୁ ଅଧିକ ପାକିସ୍ତାନୀ ଡ୍ରୋନକୁ ଖସାଇ ଦେଇଛି। ଏହା ପରେ, ପାକିସ୍ତାନୀ ସେନା ମଧ୍ୟ LOC ଉପରେ ଗୁଳି ଚଳାଇଥିଲା, ଯାହାର କଡ଼ା ଜବାବ ଦେଇଥିଲା ଭାରତୀୟ ସେନା।
ସୂଚନାଯୋଗ୍ୟ, ୨୨ ଏପ୍ରିଲରେ ପହଲଗାମରେ ଆତଙ୍କବାଦୀମାନେ ୨୬ ଜଣ ପର୍ଯ୍ୟଟକଙ୍କୁ ଗୁଳି କରି ହତ୍ୟା କରିଥିଲେ। ଏହା ପରେ, ଭାରତ ପ୍ରତିଶୋଧ ନେଇ ପାକିସ୍ତାନରେ ଥିବା ୯ଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ପାକିସ୍ତାନ ଅଭିଯୋଗ କରିଛି ଯେ ଭାରତ ସାଧାରଣ ନାଗରିକ ଏବଂ ନିର୍ଦ୍ଦୋଷ ପିଲାମାନଙ୍କୁ ଟାର୍ଗେଟ କରୁଛି। ଏହା ପରେ, ପାକିସ୍ତାନରୁ ଭାରତ ଉପରେ ଡ୍ରୋନ ଦ୍ୱାରା ଆକ୍ରମଣ କରାଯାଇଥିଲା। ପାକିସ୍ତାନୀ ସେନା ନିରନ୍ତର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ଏବଂ ନିୟନ୍ତ୍ରଣ ରେଖାରେ ଗୁଳିଚାଳନା କରୁଛି, ଯାହାର କଡ଼ା ଜବାବ ଦେଉଛି ଭାରତୀୟ ସେନା।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri