Operation Sindoor: ଆତ୍ମସମର୍ପଣ କଲା ପାକିସ୍ତାନ! ପ୍ରତିରକ୍ଷା ମନ୍ତ୍ରୀ କହିଲେ, ଭାରତ ଯଦି ଆ୍ରକମଣ ବନ୍ଦ କରେ…

ଇସଲାମାବାଦ,୭।୫: ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନ ପରେ, ପାକିସ୍ତାନ ଆତ୍ମସମର୍ପଣ କରିଛି ବୋଲି କୁହାଯାଉଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଛନ୍ତି ଯେ ଯଦି ଭାରତ ଆକ୍ରମଣ ବନ୍ଦ କରେ ତେବେ ଆମେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ନାହିଁ। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଆସିଫ ଏକ ପାକିସ୍ତାନୀ ଟିଭି ଚ୍ୟାନେଲକୁ ସାକ୍ଷାତକାରରେ କହିଥିଲେ ଯେ ଯଦି ଭାରତ ଆକ୍ରମଣ ବନ୍ଦ କରେ, ତେବେ ଆମେ ମଧ୍ୟ କିଛି କରିବୁ ନାହିଁ।
ସୂଚନାଯୋଗ୍ୟ, ବ୍ଲୁମବର୍ଗ ସହିତ କଥାବାର୍ତ୍ତା ସମୟରେ ଖ୍ବାଜା ମହମ୍ମଦ ଆସିଫ କହିଛନ୍ତି ଯେ ଆମେ ଭାରତ ବିରୁଦ୍ଧରେ କୌଣସି ଶତ୍ରୁତାପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହୁଁ, ଆମେ କେବଳ ଆମର ଭୂମିକୁ ସୁରକ୍ଷା ଦେଉଛୁ। ସେ କହିଛନ୍ତି ଯେ ଗତ ଦୁଇ ସପ୍ତାହ ଧରି ପାକିସ୍ତାନ ସ୍ପଷ୍ଟ କରିଦେଇଛି ଯେ ସେ ଭାରତ ବିରୁଦ୍ଧରେ କୌଣସି ଆକ୍ରମଣ କରିବ ନାହିଁ। କିନ୍ତୁ ଯଦି ଭାରତ ଆକ୍ରମଣ କରେ, ତେବେ ନିଶ୍ଚିତ ଭାବରେ ଏହାର ଜବାବ ମିଳିବ।
ବୁଧବାର ପାକିସ୍ତାନ ଏବଂ ଭାରତ ମଧ୍ୟରେ ପରିସ୍ଥିତି ସମ୍ପର୍କରେ ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ ଚାଇନା ଭାରତର ସାମରିକ କାର୍ଯ୍ୟାନୁଷ୍ଠାନକୁ ‘ଦୁଃଖଦ’ ବୋଲି ବିବେଚନା କରୁଛି। ଚାଇନା କହିଛି ଯେ ଏହା ପରିସ୍ଥିତି ବିଷୟରେ ଚିନ୍ତିତ। ମୁଖପାତ୍ର ଆହୁରି କହିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ଉଭୟ ପରସ୍ପରର ପଡ଼ୋଶୀ ଏବଂ ଚାଇନାର ପଡ଼ୋଶୀ ମଧ୍ୟ। ଚାଇନା ସମସ୍ତ ପ୍ରକାରର ଆତଙ୍କବାଦକୁ ବିରୋଧ କରେ, କିନ୍ତୁ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ସମସ୍ତ ପକ୍ଷଙ୍କୁ ନିବେଦନ କରେ। ଚାଇନା ଭାରତ ଏବଂ ପାକିସ୍ତାନକୁ ସଂଯମତା ଅବଲମ୍ବନ କରିବାକୁ, ପରିସ୍ଥିତିକୁ ଆହୁରି ଖରାପ କରିପାରୁଥିବା କୌଣସି ପଦକ୍ଷେପ ନେବାରୁ ଦୂରେଇ ରହିବାକୁ ଏବଂ ଶାନ୍ତିପୂର୍ଣ୍ଣ ଭାବରେ ସମସ୍ୟାର ସମାଧାନ କରିବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri