ଅପରେଶନ ସିନ୍ଦୁର: ଭାରତୀୟ ସେନାକୁ ସମ୍ମାନ

ତୁମୁଡିବନ୍ଧ(ଦୀପକ କୁମାର ପରାସେଠ):ଅପରେଶନ ସିନ୍ଦୁରର ସଫଳତାକୁ ନେଇ ଭାରତୀୟ ସେନାକୁ ସମ୍ମାନ ଜଣାଇବା ଓ ଉତ୍ସାହିତ କରିବା ଲାଗି ତୁମୁଡିବନ୍ଧଠାରେ ସୋମବାର ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଛି। ତୁମୁଡିବନ୍ଧ ବ୍ଲକ ଏମ୍‌ପି ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ନେତ୍ର ମାନସେଠ ଓ ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତି ମାଝିଙ୍କ ନେତୃତ୍ୱରେ ଶହ ଶହ ମହିଳା ପୁରୁଷ ତୁମୁଡିବନ୍ଧ ଆମ୍ବେଦକର ଛକଠାରେ ଏକତ୍ରିତ ହୋଇ ବ୍ୟାନର ଓ ତ୍ରିରଙ୍ଗା ପତାକା ଧରି ଭାରତୀୟ ସେନା ଜିନ୍ଦାବାଦ ନାରା ଦେଇ ଶୋଭାଯାତ୍ରାରେ ବାହାରି ପଞ୍ଚାୟତ ଛକ ପର୍ଯ୍ୟନ୍ତ ଯାଇଥିଲେ।

ଏହି ଶୋଭାଯାତ୍ରାରେ ତୁମୁଡିବନ୍ଧ ବ୍ଳକ ଅଂଚଳର କୋଣ ଅନୁକୋଣରୁ ବହୁ ମହିଳା ଓ ପୁରୁଷ ମାନେ ଯୋଗ ଦେଇଥିଲେ। ପହଲଗାମ୍‌ଠାରେ ୨୬ଜଣ ପୁରୁଷ ପର୍ଯ୍ୟଟକଙ୍କୁ ଆତଙ୍କ ବାଦୀମାନେ ଅତିନିର୍ମମ ଭାବେ ଗୁଳି କରି ହତ୍ୟା କରିଥିଲେ। ୨୬ ମହିଳାଙ୍କ ସିନ୍ଦୂର ଲିଭି ଯାଇଥିଲା। ଏହାର ଜବାବରେ ଭାରତୀୟ ସେନା ପାକିସ୍ତାନରେ ପଶି ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ସେନାର ମନୋବଳକୁ ଆହୁରି ବଢାଇବା ସହିତ ଦେଶବାସୀ ତୁମ ସାଙ୍ଗରେ ଅଛି ଏହି ବାର୍ତ୍ତା ଦେଇ ଶୋଭାଯାତ୍ରା କରାଯାଇଛି। ଏହି କାର୍ଯ୍ୟକ୍ରମରେ ରବୀନ୍ଦ୍ର ପାତ୍ର ଶ୍ରୀଚନ୍ଦ୍ର ପରାସେଠ, ପୁରୁଷୋତ୍ତମ ଲେଙ୍କା, ବଳଭଦ୍ର ରାଉତ, ବବ୍ଲୁ ବଡସେଠ ଓ ତୁମୁଡିବନ୍ଧ ବ୍ଳକର ସମସ୍ତ ସରପଞ୍ଚ, ସମିତି ସଭ୍ୟା/ ସଭ୍ୟ, ବୁଦ୍ଧିଜୀବୀ, ମହିଳା, ଯୁବ ଓ ଛାତ୍ର ସଂଗଠନ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri