Operation Sindoor: ମଥାରେ ସିନ୍ଦୁର ଟୋପା ଲଗାଇ ଖୁସି ମନାଇଲେ ଭାଜପା ନେତା

ଭୁବନେଶ୍ୱର,୭।୫: ଭାରତର ସଫଳ ଏୟାର ଷ୍ଟ୍ରାଇକ ପରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ମଥାରେ ସିନ୍ଦୂର ଟୋପା ଲଗାଇ ଅପରେସନ ସିନ୍ଦୂରର ସଫଳତାରେ ଖୁସି ମନାଇଲେ ନେତା । ପାକିସ୍ତାନ ଉପରେ ଭାରତର ଆକ୍ରମଣ ପରେ ଓଡ଼ିଶାରେ ଖୁସିର ଲହରୀ। କେତେକ ସ୍ଥାନରେ ଲୋକେ ବାହାରକୁ ଆସି ଆନନ୍ଦ ଉତ୍ସବ ପାଳୁଛନ୍ତି। ରାତିରେ ବ୍ରହ୍ମପୁରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଧଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖାଯାଇଛି। ଭିଭିନ୍ନ ସସ୍ଥାନରେ ବାଣ ଫୁଟାଇ ମିଠା ବାଣ୍ଟି ଖୁସି ଜାହିର କରିଛନ୍ତ ଲୋକେ। ଭାରତୀୟ ସେନାକୁ ମଧ୍ୟ ସେମାନେ ସାଲ୍ୟୁଟ କରିଛନ୍ତି।

ପାକିସ୍ତାନ ଓ ପାକ ଅଧିକୃତ କଶ୍ମୀର ଉପରେ ଥିବା ଆତଙ୍କୀ ଆଡ୍ଡା ଉପରେ ଭାରତର ମଧ୍ୟରାତି ଆକ୍ରମଣ। ବ୍ରହ୍ମୋସ ମିଶାଇଲ ମାଡ଼ କରି ଧ୍ୱଂସ କଲା ଆତଙ୍କବାଦୀଙ୍କଆଡ୍ଡା ସ୍ଥଳ। ପାକିସ୍ତାନ ଉପରେ ଏହି ଏୟାର ଷ୍ଟ୍ରାଇକ ପରେ ଦେଶରେ ଲେକେ ଖୁସି ମନାବଇବା ସହ କହିଛନ୍ତି ‘ଆମ ସହ ପଙ୍ଗା ନେଲେ, ଆମେ ଛାଡ଼ିବୁନି, ତମ ଦେଶ ଭିତରେ ପଶିକି ମାରିବୁ’। ପାକିସ୍ତାନରେ ଭାରତୀୟ ସେନାର ଏହି ରାତିଅଧିଆ ଆକ୍ରମଣ ପରେ ସବୁ ମହଲରେ ଭାରତକୁ ପ୍ରଶଂସା କରାଯାଉଛି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ । ସୂଚନାଯୋଗ୍ୟ, ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri