ରାଜ୍ୟ ବିଜୁଳି ଚାହିଦାର ୩୦% ପୂରଣ କରିଥାଏ ଓପିଜିସି

ଭୁବନେଶ୍ୱର,୨୮।୧୧:ଓଡ଼ିଶା ପାୱାର ଜେନେରେଶନ କର୍ପୋରେଶନ ଲିମିଟେଡ୍‌ (ଓପିଜିସି) ଦ୍ୱାରା ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ବୁଧବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଝାରସୁଗୁଡ଼ା ଜିଲାପାଳ ଆବୋଲି ସୁନୀଲ ନରଓ୍ବଣେ, ଓପିଜିସିର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଓପିଜିସି ହେଉଛି, ଓଡ଼ିଶାର ବୃହତ୍‌ ତାପଜ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ର। ରାଜ୍ୟର ମୋଟ୍‌ ବିଜୁଳି ଚାହିଦାର ୩୦% ଓପିଜିସି ପୂରଣ କରିଥାଏ। ଏପରିକି ଏକ ବିଶ୍ୱସ୍ତରୀୟ ସ୍ବଚ୍ଛ, ନିରାପଦ ଏବଂ ନିର୍ଭରଯୋଗ୍ୟ ଶକ୍ତି ଉତ୍ପାଦନ କରିବାରେ ଓପିଜିସି ପ୍ରତିଶ୍ରୁତିବଦ୍ଧ ରହିଛି। ସେହିଭଳି ତାପଜ ବିଦ୍ୟୁତ୍‌ ଉତ୍ପାଦନ ପରେ ବାହାରୁଥିବା ବର୍ଜ୍ୟ ପରିଚାଳନା ଏବଂ ଖଣି ଖନନ ପରେ ସେହି ଖଣିକୁ ଉଡ଼ା ପାଉଁଶ (ପ୍ଲାଏ ଆଶ୍‌) ଦ୍ୱାରା ପୂରଣକରି ଖାଲି ଖଣିକୁ ପୋତିବା ବିଷୟରେ ମଧ୍ୟ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା।
ସେହିପରି ଫ୍ଲାଏ ଆଶ୍‌କୁ ବ୍ୟବହାରକରି ଇଟା ତିଆରି କରିବାକୁ ଉପମୁଖ୍ୟମନ୍ତ୍ରୀ ସିଂଦେଓ ପରାମର୍ଶ ଦେଇଥିଲେ। ସେହି ଇଟାକୁ ପରବର୍ତ୍ତୀ ସମୟରେ ପିଏମ୍‌ ଆବାସ ଯୋଜନାରେ ତିଆରି କରାଯାଉଥିବା ଘରେ ମଧ୍ୟ ବ୍ୟବହାର କରାଯାଇପାରିବ। ଏପରିକି ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡର ପରାମର୍ଶ ଅନୁଯାୟୀ ୟୁନିଟ୍‌ରୁ ବାହାରୁଥିବା ବର୍ଜ୍ୟକୁ କୃଷି କ୍ଷେତ୍ରରେ ମଧ୍ୟ ବ୍ୟବହାର କରାଯାଇପାରିବ। ଓପିଜିସି କାର୍ଯ୍ୟ ପରିସରରେ ଥିବା ପ୍ରତିବନ୍ଧକଗୁଡ଼ିକ ବିଷୟରେ ମଧ୍ୟ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ପରବର୍ତ୍ତୀ ସମୟରେ ସେସବୁ ଉପରେ କେନ୍ଦ୍ର ସରକାରଙ୍କ ପ୍ରଦତ୍ତ ନିୟମାବଳୀ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନିଆଯିବ। ଏପରିକି ଆଗାମୀ ସମୟରେ ଫ୍ଲାଏ ଆଶ୍‌କୁ ନେଇ ଏସ୍‌ଓପି ଅଣାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସିଂଦେଓ ମତପ୍ରକାଶ କରିଥିଲେ। ଫ୍ଲାଏ ଆଶ୍‌ ଦ୍ୱାରା ପୂରଣ ହେଉଥିବା ପୋଖରୀ ଏବଂ ସେହି ଅଞ୍ଚଳରେ ପର୍ଯ୍ୟଟନର ବିକାଶ କରିବାକୁ ସିଂଦେଓ ପରାମର୍ଶ ଦେଇଥିଲେ। ଏହି କ୍ରମରେ ଖଣି ଖନନ ପରେ ଖାଲିଥିବା ଖଣିଗୁଡ଼ିକୁ ଚିହ୍ନଟ କରିବା ପରେ ଓପିଜିସିରୁ ବାହାରୁଥିବା ଉଡ଼ା ପାଉଁଶ ଦ୍ୱାରା ପୂରଣ କରିବା ଫଳରେ ବର୍ଜ୍ୟ ପରିଚାଳନା ମଧ୍ୟ ହୋଇପାରିବ ଏବଂ ପ୍ରଦୂଷଣ ମାତ୍ରା ହ୍ରାସ କରାଯାଇପାରିବ। ଉଡ଼ା ପାଉଁଶ ପୋଖରୀ (ଆଶ୍‌ ପଣ୍ଡ) ନିମନ୍ତେ ଜାଗା ଯୋଗାଇଦେବାକୁ ମଧ୍ୟ ଆଲୋଚନା କରାଯାଇଥିଲା। ପ୍ରଥମେ ସେହି ଅଞ୍ଚଳର ଜନସାଧାରଣଙ୍କ ସହ ଆଲୋଚନାକରି ଆବଶ୍ୟକ ପରିମାଣର ଜାଗା ଯୋଗାଇଦେବାକୁ ପୂଜାରୀ ଝାରସୁଗୁଡା ଜିଲାପାଳଙ୍କୁ ପରାମର୍ଶ ଦେଇଥିଲେ। ଶେଷର ଓପିଜିସି ପକ୍ଷରୁ ମଧ୍ୟ ବର୍ଜ୍ୟ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri