ଓପିଜିସି ପ୍ରକଳ୍ପରେ ଅଘଟଣ: ଗରମ ପାଉଁଶ ପଡ଼ି ୬ ଶ୍ରମିକ ଆହତ

ଲଖନପୁର,୬ା୯: ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ୍‌ ତାପଜ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ରାତିରେ ଦୁର୍ଘଟଣା ଘଟି ୬ ଠିକାଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଇବ୍‌ଥର୍ମାଲ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇ ପ୍ରାଥମିକ ଚିକତ୍ସା କରାଯାଇଥିଲା। ଏଥିମଧ୍ୟରୁ ୩ ଶ୍ରମିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସେହି ରାତିରେ ଭୁବନେଶ୍ୱରର ଏକ ଘରେଇ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଆହତ ଠିକାଶ୍ରମିକମାନଙ୍କ ମଧ୍ୟରେ ରହିଛନ୍ତି ଗଞ୍ଜାମ ଜିଲା ଜଗଦଳପୁର ଗ୍ରାମର ପି.ଭଗବାନ ପାତ୍ର(୪୨),ତେଲେନପାଲି ଗ୍ରାମର ଆକାଶ ଖମାରୀ(୨୩),ରେମଣ୍ଡା ଝାରକଟା ଗ୍ରାମର ହୃଷୀକେଶ କର୍ତ୍ତା(୨୫),ପଶ୍ଚିମବଙ୍ଗ ମେଗରା ଗ୍ରାମର ପ୍ରବୀର ମଲ୍ଲୋ(୫୦),ଶେଖ୍‌ ମଜାରୁଲ(୨୧) ଓ ଝାଡ଼ଖଣ୍ଡର ପୋଲାମର ରବୀନ୍ଦ୍ର ପାଲ(୩୭)ବୋଲି ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ପି. ଭଗବାନ,ଆକାଶ ଓ ହୃଷୀକେଶଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏମାନେ ଏଆର୍‌ଏସ୍‌ ଇଞ୍ଜିନିୟରିଂ ଓ ଏସ୍‌ଆର୍‌ ଇଞ୍ଜିନିୟରିଂ ଠିକାସଂସ୍ଥାରେ କାମ କରୁଥିଲେ। ଏନେଇ ପ୍ରକଳ୍ପର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହିମାଂଶୁ ବେହେରା କହିଛନ୍ତି। ପ୍ରକଳ୍ପ ପରିସରରେ ଥିବା ଇଏସ୍‌ପି ହପର୍‌ ଖସିପଡ଼ିବା ଫଳରେ ତଳେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ଉପରେ ଗରମ ପାଉଁଶ ପଡ଼ିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri