ଓପିଜିସି ପାଉଁଶ ପାଇପ୍‌ ଲାଇନ୍‌ ଫାଟି ଗାଁ ପ୍ରଭାବିତ ହେବା ପ୍ରସଙ୍ଗ: ଅଞ୍ଚଳ ପରିଦର୍ଶନ କଲେ କମ୍ପାନୀ କର୍ତ୍ତୃପକ୍ଷ

ଝାରସୁଗୁଡା ଅଫିସ୍‌,୧୦।୪: ଓଡ଼ିଶା ବିଦ୍ୟୁତ ନିଗମ (ଓପିଜିସି)ର ଇବ୍‌ ଥର୍ମାଲ ପ୍ରକଳ୍ପ ପାଉଁଶ ପାଇପ୍‌ ଲାଇନ୍‌ ଗତ ଶୁକ୍ରବାର ଫାଟିଯାଇଥିଲା। ଏଥିରୁ ନିର୍ଗତ ତରଳ ବର୍ଜ୍ୟବସ୍ତୁ ପାଉଁଶ ନିକଟସ୍ଥ ଗ୍ରାମ ବନହରପାଲି ଅଞ୍ଚଳରେ ମାଡିଯାଇଥିଲା। ଏଥିରେ ଗାଁ ପୋଖରୀ, ଚାଷଜମି ଆଦି ପ୍ରଭାବିତ ହୋଇଛି। ଏ ନେଇ ଉତ୍ତେଜିତ ଗ୍ରାମବାସୀ ଇବ୍‌ଥର୍ମାଲ ପ୍ରକଳ୍ପ ଗବେଷଣା କେନ୍ଦ୍ର ଘେରାଉ କରିଥିବା ବେଳେ କମ୍ପାନୀ ତରଫରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନକରି କ୍ଷୟକ୍ଷତି ଆକାଳନ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଏ ନେଇ କମ୍ପାନୀର ଏକ ସ୍ବତନ୍ତ୍ର ଟେକ୍ନିକାଲ୍‌ ପ୍ରତିନିଧି ଦଳ ଶନିବାର ସକାଳେ ପାଉଁଶ ମାଡିଯାଇଥିବା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହ କ୍ଷୟକ୍ଷତି ଆକଳନ କରିଥିଲେ। ପରେ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ଗ୍ରାମବାସୀ ପୋଖରୀରେ ଝଡ଼ା ଯାଇଥିବା ମାଛ ଲାଗି ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହିତ ପୋଖରୀରୁ ପ୍ରଦୂଷିତ ଜଳ ନିଷ୍କାସନ ସାଙ୍ଗକୁ ଏହାର ପୁର୍ନଉଦ୍ଧାର, ଗ୍ରାମକୁ ପାନୀୟ ଜଳ ଯୋଗାଣ, ପ୍ରଭାବିତ ଚାଷ ଜମିରୁ ପାଉଁଶ କାଢ଼ିବା ସହିତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବାଲାଗି ଦାବି କରିଥିଲେ। କମ୍ପାନୀ କର୍ତ୍ତୃପକ୍ଷ ଏ ନେଇ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri