ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାର ଗୁରୁ ଦାୟିତ୍ଵ ରହିଛି । ସେମାନଙ୍କ ଲେଖନୀ ମୁନରେ ହିଁ ଏ ସ୍ଵପ୍ନ ସାକାର ହୋଇପାରିବ । ଏଣୁ ସେମାନଙ୍କୁ ସମ୍ମାନିତ କରିବା, ସେମାନଙ୍କ କାର୍ଯ୍ୟ ଓ ଦକ୍ଷତାକୁ ସ୍ଵୀକୃତି ଦେବା ଉଦ୍ଦେଶ୍ୟ ନେଇ ଶୁକ୍ରବାର ବରଗଡ଼ ପିଏମଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ସହଯୋଗରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଓଡ଼ିଆ ଜାତୀୟତା, ସଂସ୍କୃତି ଏବଂ ପରମ୍ପରା ଆଧାରିତ ଓଡ଼ିଆ କବିତା ଲିଖନ, ଓଡ଼ିଆ ଗଳ୍ପ ଲିଖନ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ଜିଲାର ବିଭିନ୍ନ ମହାବିଦ୍ୟାଳୟର ୩୦୦ରୁ ଊର୍ଦ୍ଧ୍ଵ ଛାତ୍ରୀଛାତ୍ରମାନେ ଭାଗ ନେଇ ନିଜ ଗଳ୍ପ, ପ୍ରବନ୍ଧ ଏବଂ କବିତା ମଧ୍ୟମରେ ନିଜ କଳ୍ପନାର ପରିପ୍ରକାଶ କରିଥିଲେ l ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶ୍ରୀକ୍ଷୟିତ୍ରୀ ଶାନ୍ତି ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ସମ୍ମିଳନୀରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲାର ବିଶିଷ୍ଠ ସାହିତ୍ୟିକ, ଲେଖକ, ଗାଳ୍ପିକ ଦିବ୍ୟ କିଶୋର ଦେବତା, ମାନରଞ୍ଜନ ମେହେର, ପାର୍ବତୀଗିରି ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଦୀପ ହୋତା, ସରକାରୀ ମହା ବିଦ୍ୟାଳୟ, ବଲାଙ୍ଗିରର ପୂର୍ବତନ ଅଧ୍ୟକ୍ଷ ଡଃ ଅଶୋକ ମହାପାତ୍ର, ଭରପ୍ରାପ୍ତ ଜିଲା ସଂସ୍କୃତି ଅଧିକାରୀ ଶ୍ରୀ ତାହିର ହୁସେନ ଏବଂ ଜିଲା ଇ-ପ୍ରଶାସନ ଅଧିକାରୀ ମସ୍ତରାମ ଛନ୍ଦ ପ୍ରମୁଖ ଯୋଗଦେଇ ଯୁବ ଲେଖକଙ୍କୁ ଉତ୍ସାହିତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମୁଦ୍ରା, ଡଲାର ଖସୁଛି

ନୂଆଦିଲ୍ଲୀ, ୩୦।୧: ଜାନୁଆରୀ ୨୦୨୬ ଶେଷ ଆଡ଼କୁ ଆମେରିକୀୟ ଡଲାର (ୟୁଏସ୍‌ଡି) ଓ ଭାରତୀୟ ମୁଦ୍ରା (ଆଇଏନ୍‌ଆର୍‌) ଉଭୟ ଭିନ୍ନ ଭାବରେ ହ୍ରାସ ପାଇବାରେ ଲାଗିଛି। ଡଲାର…

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri